Below header

ପୂର୍ବାହ୍ନରେ ଖରା, ଅପରାହ୍ନରେ କାଳବୈଶାଖୀ; କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ପୂର୍ବାହ୍ନରେ ଖରା, ଅପରାହ୍ନରେ ହେବ କାଳବୈଶାଖୀ । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବ । ବିଶେଷକରି ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଆଦି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାକୁ ନଜରରେ ରଖି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଭୁବନେଶ୍ଵର (କେନ୍ୟୁଜ): ପୂର୍ବାହ୍ନରେ ଖରା, ଅପରାହ୍ନରେ ହେବ କାଳବୈଶାଖୀ । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବ । ବିଶେଷକରି ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଆଦି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାକୁ ନଜରରେ ରଖି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଟ୍ଵିନ ସିଟିରେ ୪୦ ଡିଗ୍ରୀ ସେଲସିୟସ ତଳେ ରହିବ ପାରଦ । ଅପରାହ୍ନରେ ବିଜୁଳି ଘଡଘଡି ସହିତ ବର୍ଷା ହେବ । ଏହା ସାଙ୍ଗକୁ ଘଣ୍ଟା ପ୍ରତି୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ । ସମୁଦ୍ରରୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ସ୍ଥଳଭାଗକୁ ଆସୁଥିବା ଯୋଗୁଁ ବର୍ଷା ହେଉଛି ।

ଗତକାଲି ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଓ ଖଇରା ବ୍ଲକରେ କାଳବୈଶାଖୀ ପ୍ରଭାବରେ ଘଡଘଡି ସହ ପବନ ଓ ବର୍ଷା ହୋଇଛି । ଫଳରେ ଅସହ୍ୟ ଗରମ ଓ ଗୁଳୁଗୁଳିରୁ ମୁକ୍ତି ପାଇଛନ୍ତି ଅଞ୍ଚଳବାସୀ । ଅନ୍ୟପଟେ ଅପରାହ୍ଣରେ ଖଈରା ବ୍ଲକ ଟିପିସିଢିଆ ଗାଁରେ କାଳବୈଶାଖୀ ତାଣ୍ଡବ ରଚିଛି । ପ୍ରବଳ ବର୍ଷା ପବନ ଯୋଗୁ ଗାଁରେ ଥିବା ବାବା ବକ୍ରେଶ୍ବର ଶୈବ ପୀଠର ଦଧିନଉତି ଭାଙ୍ଗି ଯାଇଛି । ସେହିପରି ସୋର ଅଞ୍ଚଳରେ କାଳଵୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ସହିତ କୂଆପଥର ମାଡ ହୋଇଥିବା ସୂଚନା ମିଳିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.