ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷା, ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷା । କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆଜି ପ୍ରବଳ ବର୍ଷା ପାଇଁ ୧୭ ଜିଲ୍ଲାକୁ ଜାରି ହୋିଛି ୟେଲୋ ଆଲର୍ଟ ।  ୮ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୪ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼ ଓ ସମ୍ବଲପୁରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।  ଏହି ଜିଲ୍ଲାମାନଙ୍କରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ସେହିପରି ପ୍ରବଳ ବର୍ଷା ପାଇଁ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ୯ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବା ସମ୍ଭାବନା ରହିଛି । ଆସନ୍ତାକାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଏଯାଏ ୫୪୬. ୮ ମିମି ବର୍ଷା ରେକର୍ଡ ହୋଇଛି । ଏହି ସମୟରେ ସ୍ବାଭାବିକ ବର୍ଷା ପରିମାଣ ୬୧୫.୬ ମିମି ତୁଳନାରେ ଏହା ୧୧ପ୍ରତିଶତ ନିଅଣ୍ଟିଆ। ଗୋଟିଏ ଜିଲ୍ଲା ମାଲକାନଗିରିରେ ଅତ୍ୟଧିକ ବୃଷ୍ଟିପାତ ହୋଇଥିବା ବେଳେ ୨ଟି ଜିଲ୍ଲାରେ ଅଧିକ, ୧୪ ଜିଲ୍ଲାରେ ସ୍ବାଭାବିକ ଓ ୧୩ ଜିଲ୍ଲାରେେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.