Below header

ଆଉ ୫ ଦିନ ବର୍ଷିବ: ଆଗାମୀ ୨୪ ଘଣ୍ଟାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଆଉ ୫ ଦିନ ବର୍ଷା । ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା । କାଳବୈଶାଖୀ ପ୍ରଭାବରେ ଗତକାଲି ଠାରୁ ଉପକୂଳ ଓଡ଼ିଶା ସମେତ ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ଲାଗି ରହିଛି । ଆଗାମୀ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗି ବିଭାଗ । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ।

ଭୁବନେଶ୍ୱର (କେନ୍ୟୁଜ): ଆଉ ୫ ଦିନ ବର୍ଷା ।  ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା ।  କାଳବୈଶାଖୀ ପ୍ରଭାବରେ ଗତକାଲି ଠାରୁ ଉପକୂଳ ଓଡ଼ିଶା ସମେତ ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ଲାଗି ରହିଛି । ଆଗାମୀ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗି ବିଭାଗ ।  ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଆଗାମୀ ୨ରୁ ୩ଦିନ ଯାଏ କାଳବୈଶାଖୀ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । କାଳବୈଶାଖୀ ବର୍ଷା ପ୍ରଭାବରେ ଦିନର ତାପମାତ୍ରା ଆଗାମୀ ୨ଦିନ ଯାଏ ସ୍ବାଭାବିକ ଠାରୁ ୫ରୁ ୬ଡିଗ୍ରୀ ହ୍ରାସ ପାଇବ।

ବିଜୁଳି ଘଡ଼ଘଡ଼ି ଓ ବର୍ଷା ନେଇ ୭ ଜିଲ୍ଲା ଓ ଆସନ୍ତାକାଲି ୬ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ପବନର ବେଗ ଘଣ୍ଟାପ୍ରତି ୪୦ରୁ ୫୦ କିମି ପର୍ଯ୍ୟନ୍ତ ରହିବା ସମ୍ଭାବନା ରହିଛି । ସମୁଦ୍ର ଅଶାନ୍ତ ରହୁଥିବାରୁ ଉତ୍ତର ଓଡ଼ିଶା ଉପକୂଳରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ଓଡ଼ିଶା ଠାରୁ ଦକ୍ଷିଣ ପୂର୍ବ ରାଜସ୍ଥାନ ଓ ଛତିଶଗଡ଼ ଉପରେ ଏକ ଚ୍ରପ ଲାଇନ୍ ରହୁଛି । ଏହାର ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ଜାରି ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.