Below header

କାୟା ବିସ୍ତାର କଲାଣି କରୋନା, ରାଜ୍ୟରେ ଆଉ ୫ କୋଭିଡ ପଜିଟିଭ ଚିହ୍ନଟ

ରାଜ୍ୟରେ କାୟା ବିସ୍ତାର କଲାଣି କରୋନା। ଆଜି ଆଉ ୫ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି।

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ କାୟା ବିସ୍ତାର କଲାଣି କରୋନା। ଆଜି ଆଉ ୫ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ଜଣେ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବର୍ତ୍ତମାନ ରାଜ୍ୟରେ ଆକଟିଭ କେସ୍ ରହିଛି ୧୮।

କୋଭିଡର ନୂଆ ଭାରିଆଣ୍ଟ JN.1ର ସଂକ୍ରମଣ ବଢ଼ିବା ପରେ ରାଜ୍ୟରୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କରୋନା କଡ଼ ଲେଉଟାଇବା ପରେ ବୟସ୍କ ଓ ବହୁବିଧ ରୋଗାକ୍ରାନ୍ତଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଇଛି। ଯାହାର ଲକ୍ଷଣ ଦେଖାଯାଉଛି, ଟେଷ୍ଟିଂ କରନ୍ତୁ ବୋଲି ମଧ୍ୟ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦିଆଯାଇଛି।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.