Below header

ସୁନ୍ଦରଗଡ଼ରେ ଆଉ ୫ ସ୍କ୍ରବ୍ ଟାଇଫସ୍ ରୋଗୀ ଚିହ୍ନଟ, ପଜିଟିଭ ସଂଖ୍ୟା ୨୧୧ ଛୁଇଁଲା

ମାଡ଼ି ଚାଲିଛି ସ୍କ୍ରବ୍ ଟାଇଫସ୍ । ସୁନ୍ଦରଗଡ଼ରେ ଆଜି ଆଉ ୫ ସ୍କ୍ରବ୍ ଟାଇଫସ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । । ଫଳରେ ଜିଲ୍ଲାରେ ସ୍କ୍ରବ୍ ଟାଇଫସ୍ ପଜିଟିଭ ସଂଖ୍ୟା ୨୧୧କୁ ବୃଦ୍ଧି ପାଇଛି ।

ସୁନ୍ଦରଗଡ଼ (କେନ୍ୟୁଜ): ମାଡ଼ି ଚାଲିଛି ସ୍କ୍ରବ୍ ଟାଇଫସ୍ । ସୁନ୍ଦରଗଡ଼ରେ ଆଜି ଆଉ ୫ ସ୍କ୍ରବ୍ ଟାଇଫସ୍ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ । ଗତକାଲି ୪୨ଜଣଙ୍କର ପରୀକ୍ଷା କରାଯାଇଥିଲା। ସେମାନଙ୍କ ଭିତରୁ ୫ ଜଣ ସ୍କ୍ରବ୍ ଟାଇଫସ୍‌ ଆକ୍ରାନ୍ତ ଥିବା ଜଣାଯାଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସର୍ବାଧିକ ସୁନ୍ଦରଗଡ଼ରେ ୨୧୧ ସ୍କ୍ରବ୍ ଟାଇଫସ୍‌ ରୋଗୀ ଚିହ୍ନଟ ହୋଇଛନ୍ତି । ଫଳରେ ଜିଲ୍ଲାରେ ସ୍କ୍ରବ୍ ଟାଇଫସ୍ ପଜିଟିଭ ସଂଖ୍ୟା ୨୧୧କୁ ବୃଦ୍ଧି ପାଇଛି ।

ସଂକ୍ରମଣ ରୋକିବା ପାଇଁ ଜିଲ୍ଲା ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନ କରାଇବା ପାଇଁ ବିଭିନ୍ନ ପଦକ୍ଷେପ ନିଆ ଯାଉଥିବା ନେଇ ସିଡିଏମଓ ସୂଚନା ଦେଇଛନ୍ତି । ତେବେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢିବାକୁ ଲାଗିଥିବା ବେଳେ ଜିଲ୍ଲା ପ୍ରଶାସନ ଓ ସ୍ଵାସ୍ଥ୍ୟ ବିଭାଗ ପାଇଁ ଚିନ୍ତା ବଢାଇଛି। ଅନ୍ୟପଟେ ଆଶା, ଅଙ୍ଗନବାଡ଼ିକର୍ମୀଙ୍କ ଜରିଆରେ ଲୋକଙ୍କୁ ସଚେତନ କରାଯିବା ସହ ରୋଗ ଚିହ୍ନଟ ପାଇଁ ବ୍ୟାପକ ପରୀକ୍ଷା କରାଯାଉଥିବା, କୌଣସି ବ୍ୟକ୍ତିଙ୍କଠାରେ ଏହି ରୋଗର ଲକ୍ଷଣ ଦେଖାଗଲେ, ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନେବାକୁ କୁହାଯାଉଛି। ଆବଶ୍ୟକ ପଡ଼ିଲେ, ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଉଥିବା ଡାକ୍ତରଖାନା ସୂତ୍ରରୁ ପ୍ରକାଶ ପାଇଛି।

ଚିଗର ପୋକ କାମୁଡ଼ିଲେ ସ୍କ୍ରବ ଟାଇଫସ ରୋଗ ହୋଇଥାଏ। ପ୍ରଥମେ ରୋଗୀ ଶରୀରରେ ଘା ଭଳି ହୁଏ । ଘା ଚାରିପାଖ ନାଲି ପଡ଼ିଯାଏ। ଧୀରେ ଧୀରେ ମଝି ଅଂଶ କଳା ପଡ଼ିଯାଏ । ରୋଗୀଙ୍କୁ ଜ୍ୱର ହେବା ସହ ଘୋଳାବିନ୍ଧା ହୁଏ ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.