ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ୫ଟି ପ୍ରକଳ୍ପକୁ ଅନୁମୋଦନ ପାଇଁ ସୁପାରିଶ ହୋଇଛି । ଗୁଣ୍ଡିଚା ମନ୍ଦିର, ଶ୍ରୀମନ୍ଦିର ଚତୁଃପାର୍ଶ୍ୱର ଉନ୍ନତୀକରଣ, ଜଗନ୍ନାଥ ବଲ୍ଲଭ ମଠରେ ପ୍ରମୋଦ ଉଦ୍ୟାନ ସ୍ଥାପନ, ସେବାୟତଙ୍କ ପାଇଁ ଗୁରୁକୁଳ ସ୍କୁଲ ଶୀଘ୍ର ସ୍ଥାପନ, ସେବାୟତ ଛାତ୍ରଛାତ୍ରୀଙ୍କୁ ଉଚ୍ଚଶିକ୍ଷା ପାଇଁ ପ୍ରୋତ୍ସାହନ ରାଶି ପ୍ରଦାନ ଆଦିକୁ ଅନୁମୋଦନ ପାଇଁ ସୁପାରିଶ କରିଛି ଶ୍ରୀମନ୍ଦିର ପରିଚାଳନା କମିଟି । ଗୁରୁକୂଳର ଢାଞ୍ଚା ନିର୍ଦ୍ଧାରଣ ପାଇଁ ସବ୍ କମିଟି ଗଠିତ ହୋଇଛି। ଏଥିପାଇଁ ୧୨ଏକର ଜମି ମଧ୍ୟ ଚିହ୍ନଟ ହୋଇଛି। ପୁରୀରେ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ବସିଥିବା ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ପରେ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଶନ କୁମାର। ଏହାସହ ଦେଶବ୍ୟାପୀ ଏକ ସମୟରେ ରଥଯାତ୍ରା କରିବା ସପକ୍ଷରେ ନିଷ୍ପତ୍ତି ହୋଇଛି।
ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…
ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…
ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…
ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…