ରାଜ୍ୟ

କ୍ରାଇମବ୍ରାଞ୍ଚ STF କବ୍ଜାରେ ବ୍ରାଉନସୁଗର ବେପାରୀ, ୫୨୦ ଗ୍ରାମ ବ୍ରାଉନ ସୁଗାର ଜବତ

କେନ୍ଦୁଝର : କ୍ରାଇମବ୍ରାଞ୍ଚ STF କବ୍ଜାରେ ବ୍ରାଉନସୁଗର ବେପାରୀ । ମୟୁରଭଞ୍ଜରୁ ବ୍ରାଉନସୁଗାର ଆଣି କେନ୍ଦୁଝରକୁ ଫେରୁଥିଲା ବ୍ରାଉନସୁଗାର ବେପାରୀ ଦେବାନନ୍ଦ ସାମଲ । ସିଲୁଆଁ ଛକ ନିକଟରେ ମାଡ଼ି ବସିଲା STF । ଦେବାନନ୍ଦ ଆନନ୍ଦପୁର ଅଞ୍ଚଳର । ତା’ ନିକଟରକୁ ୫୨୦ ଗ୍ରାମ ବ୍ରାଉନ ସୁଗାର ଜବତ ହୋଇଛି ।

ଏହାର ଆନୁମାନିକ ମୂଲ୍ୟ ୫୦ ଲକ୍ଷ ଟଙ୍କା ହେବ । ଏହା ସହ ମାରୁତି ଅଲ୍ଟୋ କାର୍ , ମୋବାଇଲ ଫୋନ ଓ କିଛି ଟଙ୍କା ମଧ୍ୟ ଜବତ ହୋଇଛି । ବିଶେଷ ସୁତ୍ରରୁ ଖବର ପାଇ ଚଢଉ କରିଥିଲା STF। ଏହି ବ୍ରାଉନସୁଗାର କାରବାରରେ ଆଉ କିଏ କିଏ ସାମିଲ ଅଛନ୍ତି , ସେନେଇ ଛାନବିନ ଜାରି ରଖିଛି ଏସ୍ଟିଏଫ୍ ।

Niharanjan

Recent Posts

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଦ୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

2 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

11 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

46 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

53 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

1 hour ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

1 hour ago