ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରେ ୫୫ ଡେଙ୍ଗୁ ରୋଗୀ ଚିହ୍ନଟ

ଭୁବନେଶ୍ୱର(କେନ୍ଯୁଜ୍):ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରେ ଟିହ୍ନଟ ହୋଇଛନ୍ତି ମୋଟ ୫୫ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି । ଏଥିସହ ଭୁବନେଶ୍ୱରରେ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୧ହଜାର ୧୧୩କୁ ବୃଦ୍ଧି ପାଇଛି । ବର୍ତ୍ତମାନ ସୁଦ୍ଧା ୭୯୩ ଜଣ ସୁସ୍ଥ ହୋଇଛନ୍ତି। ଆକ୍ଟିଭ କେସ୍‌ ରହିଛି ୩୨୦ ।

ରାଜଧାନୀରେ ସଚେତନତା ଓ ସଫେଇ କାର୍ଯ୍ୟକ୍ରମକୁ ବ୍ୟାପକ କରାଯାଇଛି । ୧୨ ହଜାର ୮୮୬ଟି ଘରେ ୫୩ହଜାର ୮୦୬ଲୋକଙ୍କ ଠାରୁ ତଥ୍ୟ ସଂଗ୍ରହ କରାଯାଇଛି । ୩୬ହଜାର ୯୦୭ଟି ସମ୍ଭାବ୍ୟ ମଶା ବୃଦ୍ଧି ସ୍ଥାନକୁ ହଟେଇବା ସହ ୩୭ ହଜାର ୪୦୧ଟି ସ୍ଥାନରେ ଲାର୍ଭାକୁ ଚିହ୍ନଟ କରି ନଷ୍ଟ କରାଯାଇଥିବା ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.