Below header

ପୁରୀ ଗସ୍ତରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ

ପୁରୀ ଗସ୍ତରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ । ଆଜି ଭୋରରୁ ପୁରୀରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଅଗ୍ରଗତି ସମ୍ପର୍କ ସମୀକ୍ଷା କରିଛନ୍ତି 5T ଅଧ୍ୟକ୍ଷ ।

ପୁରୀ ଗସ୍ତରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଭି.କେ ପାଣ୍ଡିଆନ । ଆଜି ଭୋରରୁ ପୁରୀରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଅଗ୍ରଗତି ସମ୍ପର୍କ ସମୀକ୍ଷା କରିଛନ୍ତି 5T ଅଧ୍ୟକ୍ଷ । ପରିକ୍ରମା ମାର୍ଗର କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ଅଧିକାରୀଙ୍କୁ ପଚାରି ବୁଝିଛନ୍ତି।

ଶ୍ରୀଜଗନ୍ନାଥ ବଲ୍ଲଭ କମ୍ପ୍ଲେକ୍ସ ଠାରୁ ଶ୍ରୀମନ୍ଦିର ଦୋଳବେଦୀ କୋଣକୁ ସଂଯୋଗ ପାଇଁ ନୂତନ ରାସ୍ତାର ଜମି ଅଧିଗ୍ରହଣ ସମ୍ପର୍କରେ ସମୀକ୍ଷା କରିବା ସହ ରାସ୍ତା ନିର୍ମାଣ କାର୍ଯ୍ୟ ଅନୁଧ୍ୟାନ ମଧ୍ୟ କରିଛନ୍ତି ଏବଂ ରାସ୍ତା ପାଇଁ ଯେଉଁ ଜମି ଅଧିଗ୍ରହଣ ହେବ ସେ ସ୍ଥାନକୁ ବୁଲି ଦେଖିବା ସହ କାର୍ଯ୍ୟ ଶେଷ ନେଇ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ।

ବଡଦାଣ୍ଡରେ ହେବାକୁ ଥିବା ଏସି ସେଡ୍ ବ୍ୟବସ୍ଥାର ସମୀକ୍ଷା କରିବା ପରେ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି l ପୁରୀ ଜିଲ୍ଲାପାଳ,ଉପଜିଲ୍ଲାପାଳ ଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଓ ନିର୍ମାଣ କାରୀ ସଂସ୍ଥାର ଅଧିକାରୀ ମାନେ ଉପସ୍ଥିତ ରହି 5ଟି ଅଧ୍ୟକ୍ଷ ଙ୍କୁ ସମସ୍ତ କାର୍ଯ୍ୟ ସମ୍ପର୍କ ରେ ଅବଗତ କରାଇଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.