ଡିସେମ୍ବର ୩୧ ସୁଦ୍ଧା ସରିବ ବରମୁଣ୍ଡା ବସ୍ ଟର୍ମିନାଲ୍, ଗ୍ରାଉଣ୍ଡରେ ସ୍ଥିତି ପରଖିଲେ ଫାଇଭ୍ ଟି ଅଧ୍ୟକ୍ଷ ଭି. କେ ପାଣ୍ଡିଆନ୍

ଆଜି ଗ୍ରାଉଣ୍ଡରେ ସ୍ଥିତି ପରଖିଛନ୍ତି ଫାଇଭ୍ ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ୍ । ନିର୍ମାଣ କାମର ସମକ୍ଷା କରିବା ସହ ନିର୍ଦ୍ଧାରିତ ସମୟରେ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଡିସେମ୍ବର ୩୧ ସୁଦ୍ଧା ସରିବ ଭୁବନେଶ୍ବର ବରମୁଣ୍ଡା ବସ୍ ଟର୍ମିନାଲ୍ । ଆଜି ଗ୍ରାଉଣ୍ଡରେ ସ୍ଥିତି ପରଖିଛନ୍ତି ଫାଇଭ୍ ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭି. କେ ପାଣ୍ଡିଆନ୍ । ନିର୍ମାଣ କାମର ସମକ୍ଷା କରିବା ସହ ନିର୍ଦ୍ଧାରିତ ସମୟରେ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଯାତ୍ରୀ ବିଶ୍ରାମାଗାର, ପରିମଳ ବ୍ୟବସ୍ଥା, ବସ୍ ରହିବାକୁ ପର୍ଯ୍ୟାପ୍ତ ସ୍ଥାନ, ଆହାର କେନ୍ଦ୍ର, ବିଦ୍ୟୁତ ଓ ଶୌଚାଳୟ ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି ।

ଯାତ୍ରୀଙ୍କ ସୁବିଧା ସହ ସୃଜନଶୀଳ ପରିବେଶ ସୃଷ୍ଟିକୁ ଗୁରୁତ୍ୱ ଦେଇଛନ୍ତି ଭି. କେ ପାଣ୍ଡିଆନ୍ । ଏହି ଅବସରରେ ନିର୍ମାଣକାରୀ ସଂସ୍ଥା ସହ ଆଲୋଚନା କରିଥିଲେ 5T ଅଧ୍ୟକ୍ଷ । ଯାତ୍ରୀଙ୍କ ପାଇଁ ପର୍ଯ୍ୟାପ୍ତ ସୁବିଧା ସୃଷ୍ଟି କରିବାକୁ ନିର୍ମାଣକାରୀ ସଂସ୍ଥାକୁ ନିର୍ଦ୍ଦେଶ ଦିଆଯାଇଛି । ସେହିପରି ଟ୍ୟାକ୍ସି ସଂଘ, ବସ୍ ମାଲିକ ସଂଘ, OSRTCର ଅଧିକାରୀଙ୍କୁ ନିର୍ମାଣ କାମରେ ସାମିଲ କରିବା ପାଇଁ କହିଛନ୍ତି ଫାଇଭ ଟି ଅଧ୍ୟକ୍ଷ। ତାଙ୍କ ସହ ବିଡିଏ ଉପାଧ୍ୟକ୍ଷ ବଲବନ୍ତ ସିଂ, ବିଏମସି ଅଧିକାରୀ, ବିଡିଏ ଅଧିକାରୀ ଉପସ୍ଥିତ ରହିଥିଲେ । ବରମୁଣ୍ଡା ବସ ଟର୍ମିନାଲ ୧୫.୫ ଏକର ଜାଗାରେ ନିର୍ମାଣ ଚାଲିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.