5T ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟରେ ସାମିଲ ହେଲା ଯାଜପୁର ଜିଲ୍ଲାର ୮୭ଟି ହାଇସ୍କୁଲ
ଚତୁର୍ଥ ପର୍ଯ୍ୟାୟରେ 5T ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟରେ ସାମିଲ ହେଲା ଯାଜପୁର ଜିଲ୍ଲାର ୮୭ଟି ହାଇସ୍କୁଲ । ଭିସିରେ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ପରିପ୍ରେକ୍ଷୀରେ ଯାଜପୁର ଟାଉନ ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ସ୍ଵତନ୍ତ୍ର କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଛି।

ଯାଜପୁର (କେନ୍ୟୁଜ୍) : ଚତୁର୍ଥ ପର୍ଯ୍ୟାୟରେ 5T ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟରେ ସାମିଲ ହେଲା ଯାଜପୁର ଜିଲ୍ଲାର ୮୭ଟି ହାଇସ୍କୁଲ । ଭିସିରେ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ପରିପ୍ରେକ୍ଷୀରେ ଯାଜପୁର ଟାଉନ ସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ସ୍ଵତନ୍ତ୍ର କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଛି। ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ତତ୍ଵାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ବାଚସ୍ପତି ପ୍ରମିଳା ମଲିକଙ୍କ ସମେତ ମନ୍ତ୍ରୀ ଅଶୋକ ପଣ୍ଡା, ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତି ରଂଜନ ଘଡାଇ ପ୍ରମୁଖ ଯୋଗ ଦେଇ ରାଜ୍ୟ ସରକାରଙ୍କ ରୂପାନ୍ତରିତ ପ୍ରକଳ୍ପକୁ ପ୍ରସଂଶା କରିଥିଲେ।