ରାଜ୍ୟ

ନୂଆପଡ଼ାରେ ଫାଇଭ ଟି ସଚିବ : ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ କଲେ ତଦାରଖ

ନୂଆପଡ଼ା (କେନ୍ୟୁଜ): ନୂଆପଡ଼ା ଜିଲ୍ଲାରେ ବିଭିନ୍ନ ପ୍ରକଳ୍ପର ସମୀକ୍ଷା କଲେ ଫାଇଭ ଟି ସଚିବ ଭି. କେ. ପାଣ୍ଡିଆନ। ବୋଡ଼େନ ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ପାତାଳ ଗଙ୍ଗାକୁ ପରିଦର୍ଶନ କରି ପବିତ୍ର ପାତାଳ ଗଙ୍ଗାର ଜଳକୁଣ୍ଡରେ ପୂଜାର୍ଚ୍ଚନା କରିଛନ୍ତି। ପରେ ଜନସାଧାରଣଙ୍କ ଆପତ୍ତି ଅଭିଯୋଗ ଶୁଣିଥିଲେ l ପାତାଳଗଙ୍ଗାର ଭିତ୍ତିଭୂମି ଓ ସୌନ୍ଦର୍ଯ୍ୟକରଣ ପାଇଁ ଖୁବ ଶୀଘ୍ର ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ।

ସେହିଭଳି ନୂଆପଡା ଜିଲ୍ଲାର ସମସ୍ତ କଲେଜକୁ 5Tରେ ଅନ୍ତର୍ଭୁକ୍ତ କରାଯିବ ବୋଲି ଘୋଷଣା କରିଥିଲେ। ସେହିଭଳି ଜିଲ୍ଲାର ଜଳସେଚନ, ପାନୀୟ ଜଳ, ରାସ୍ତାଘାଟ ଓ ବ୍ରିଜ ନିର୍ମାଣ ଉପରେ ଅଗ୍ରାଧିକାର ଭିତ୍ତିରେ ବିକାଶ କାର୍ଯ୍ୟ କରାଯିବ ବୋଲି 5T ସଚିବ ଭି. କେ. ପାଣ୍ଡିଆନ ପ୍ରତିଶ୍ରୁତି ଦେଇଛନ୍ତି । ଅପରାହ୍‌ଣରେ ଫାଇଭ ଟି ସଚିବ ଭି. କେ. ପାଣ୍ଡିଆନ ନୂଆପଡା ସଦର ମହକୁମାରେ ନିର୍ମାଣାଧୀନ ନୂତନ ବସଷ୍ଟାଣ୍ଡ କାମର ଅଗ୍ରଗତି ସମ୍ପର୍କରେ ତଦାରଖ କରିଥିଲେ।

ଏହାପରେ ନୂଆପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚି ରୋଗୀଙ୍କୁ ଭେଟିବା ସହ ଆମ ହସ୍ପିଟାଲ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। ଏହାପରେ ପତୋରା ପର୍ଯ୍ୟଟନ ସ୍ଥଳୀ ପରିଦର୍ଶନ କରି ଭଗବାନ ଯୋଗେଶ୍ୱରଙ୍କ ଦର୍ଶନ କରି ଆଶୀର୍ବାଦ ନେଇଥିଲେ। ପତୋରା ପର୍ଯ୍ୟଟନସ୍ଥଳୀର ବିକାଶ କରିବା ପାଇଁ ମନ୍ଦିର ପରିଚାଳନା କମିଟିର କର୍ମକର୍ତ୍ତାଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି । ପରେ ନୂଆପଡା ନ୍ୟାସନାଲ କଲେଜରେ ପହଞ୍ଚି ସାଧାରଣ ଲୋକମାନଙ୍କଠାରୁ ଅଭିଯୋଗପତ୍ର ଗ୍ରହଣ କରିବା ସହିତ ସେସବୁର ଖୁବ ଶୀଘ୍ର ସମାଧାନ କରାଯିବ ବୋଲି କହିଛନ୍ତି ।କଲେଜ ଛାତ୍ରଛାତ୍ରୀଙ୍କୁ ଭେଟି ଆଲୋଚନା କରିଥିଲେ।

Barsha

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

3 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

22 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

30 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

47 mins ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

1 hour ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

1 hour ago