ରାଜ୍ୟ

ବରମୁଣ୍ଡା ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲର ୮୫ ପ୍ରତିଶତ କାମ ଶେଷ, ଜୁଲାଇ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ ୫-ଟି ସଚିବଙ୍କ ନିର୍ଦ୍ଦେଶ

କେନ୍ୟୁଜ୍(ବ୍ୟୁରୋ): ୫-ଟି ଉପକ୍ରମରେ ବରମୁଣ୍ଡା ବସ୍‌ ଟର୍ମିନାଲର ହେଉଛି ରୂପାନ୍ତର । ଏହି କାମର ଅଗ୍ରଗତି ସମୀକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ ପାଣ୍ଡିଆନ ଆଜି ଅପରାହ୍ନରେ ସ୍ଥାନୀୟ ବରମୁଣ୍ଡା ସ୍ଥିତ ନିର୍ମାଣଧୀନ ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲରେ ପହଞ୍ଚି ଥିଲେ । ନିର୍ମାଣସ୍ଥଳ ପରିଦର୍ଶନ କରି ପାଣ୍ଡିଆନ ପୁରା ନିର୍ମାଣ କାମର ଏକ ଭିଡିଓ ପ୍ରେଜେଣ୍ଟେସନ ଦେଖି ଆଲୋଚନା କରିଥିଲେ । ସମୀକ୍ଷାରୁ ଜଣାଯାଇଛି, ଯେ ପ୍ରକଳ୍ପର ୮୫ ପ୍ରତିଶତ କାମ ଶେଷ ହୋଇସାରିଛି । ଜୁନ୍ ମାସ ଶେଷ ସୁଦ୍ଧା ସିଭିଲ୍‌ କାମ ସରିବ ବୋଲି ଜଣାଯାଇଛି । ଜୁଲାଇ ମାସ ସୁଦ୍ଧା ପୁରା ନିର୍ମାଣ କାମ ସମ୍ପୂର୍ଣ୍ଣ କରିବାକୁ ପାଣ୍ଡିଆନ ନିର୍ଦ୍ଦେଶ ଦେଇଥିଲେ ।

ସୂଚନାଯୋଗ୍ୟ ଯେ, ବରମୁଣ୍ଡା ବସ୍‌ ଟର୍ମିନାଲ ହେଉଛି ରାଜଧାନୀ ଭୁବନେଶ୍ୱରରେ ଓଡିଶାର ପ୍ରଥମ ବିଶ୍ୱସ୍ତରୀୟ ଟ୍ରାନ୍‌ଜିଟ୍ ସିଷ୍ଟମ । ଏଥିରେ ସମସ୍ତ ଅତ୍ୟାଧୁନିକ ସୁବିଧା ସହିତ ଦୈନିକ ୨ ହଜାର ବସ୍‌ ଚଳାଚଳ କରିପାରିବ। ୧୧ ଏକର ପରିମିତ ଅଞ୍ଚଳରେ ୧୮୦ କୋଟି ଟଙ୍କା ବ୍ୟୟରେ ଏହି ଟର୍ମିନାଲ ନିର୍ମାଣ କରାଯାଉଥିବା ବେଳେ ଭବିଷ୍ୟତରେ ସମ୍ପ୍ରସାରଣ ପାଇଁ ଆଉ ୪ ଏକର ଜମି ଅଛି । ଏଥିରେ ଫୁଡକୋର୍ଟ, Excavator, Elevator, ବହୁତଳୀୟ କାର୍‌ ପାର୍କିଂ ବ୍ୟବସ୍ଥା, ଯାତ୍ରୀମାନଙ୍କୁ ନେବା ଆଣିବା ପାଇଁ Pick-Up ଓ Drop-Off ବ୍ୟବସ୍ଥା ରହିବ । ଏହା ସହିତ ପ୍ରିପେଡ ଅଟୋରିକ୍ସା, ଟାକ୍ସି, ଓଲା, ଉବର ଆଦି ଟାକ୍ସି ଏଗ୍ରିଗେଟର ସୁବିଧା ମଧ୍ୟ ରହିବ । ସମ୍ପୂର୍ଣ୍ଣ ଟର୍ମିନାଲକୁ ସୌରଶକ୍ତି ଦ୍ୱାରା ପରିଚାଳିତ କରାଯିବ । ଏଥିରେ Wi-Fi ସହିତ ବର୍ଜ୍ୟଜଳ ବିଶୋଧନ ବ୍ୟବସ୍ଥା ମଧ୍ୟ କରାଯାଉଛି ।

ଏତତ୍‌ବ୍ୟତିତ ଯାତ୍ରୀମାନଙ୍କ ସୁବିଧା ପାଇଁ ସେଠାରେ ଆହାର ପ୍ଲସ କେନ୍ଦ୍ର ମଧ୍ୟ ସ୍ଥାପନ କରାଯିବ । ବସ୍‌ ଟର୍ମିନାଲର ରୂପାନ୍ତର ପାଇଁ ସ୍ଥାନାନ୍ତରିତ ହୋଇଥିବା ଭେଣ୍ଡରମାନଙ୍କ ଥଇଥାନ ପାଇଁ ମଧ୍ୟ ପଦକ୍ଷେପ ନିଆଯିବ । ଏଠାରୁ ଦେଶର ବିଭିନ୍ନ ସ୍ଥାନ ଯଥା – ବିଶାଖାପାଟନା, ହାଇଦ୍ରାବାଦ,ରାୟପୁର, ରାଞ୍ଚି, କୋଲକତା ଓ ବେଙ୍ଗାଲୁର ସମେତ ଦେଶର ଅନେକ ଗୁରୁତ୍ୱପୂର୍ଣ୍ଣ ସ୍ଥାନକୁ ବସ୍‌ ଚଳାଚଳ କରାଯିବ। ଏହି ସମୀକ୍ଷା ସମୟରେ ପରିବହନ କମିଶନର  ଅମିତାଭ ଠାକୁର, ବିଡିଏ ଉପାଧ୍ୟକ୍ଷ  ବଲବନ୍ତ ସିଂ, ବିଏମସି କମିଶନର ବିଜୟ ଅମୃତରାଜ କୁଲାଙ୍ଗେ, ଭୁବନେଶ୍ୱର ଡିସିପି  ପ୍ରତୀକ ସିଂ ପ୍ରମୁଖ ଉପସ୍ଥିତ ଥିଲେ ।

KNews Bureau

Recent Posts

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

4 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

7 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

40 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

42 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

1 hour ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

2 hours ago