ପୁରୀ(କେନ୍ୟୁଜ୍): ପୁରୀରେ 5T ସଚିବ । ଆଜି ସକାଳୁ 5T ସଚିବ ଭି.କାର୍ତ୍ତିକେୟନ ପାଣ୍ଡିଆନ୍ ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ପୁରୀରେ ପହଞ୍ଚିବା ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ବେଢ଼ା ପରିକ୍ରମା, ପାର୍ଶ୍ୱ ଦେବାଦେବୀଙ୍କୁ ଦର୍ଶନ କରିଛନ୍ତି।
ଏଥି ସହ ଶ୍ରୀମନ୍ଦିରର ଆଉ କଣ କଣ ଉନ୍ନତିମୂଳକ କାର୍ଯ୍ୟ ହୋଇପାରିବ ସେ ନେଇ ଅନୁଧ୍ୟାନ କରିଥିବା ସୂଚନା । ପରେ 5T ସଚିବ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଥିଲେ।