ରାଜ୍ୟ

ଅକ୍ଟୋବର ୧୨ ରୁ ଦକ୍ଷିଣାଞ୍ଚଳର ୬ଟି ଜିଲ୍ଲାରେ ଗଡିବ ଲକ୍ଷ୍ମୀ ବସ୍‌, ୩-ଏସ୍‌ ଉପରେ 5T ସଚିବଙ୍କ ଗୁରୁତ୍ବ

କେନ୍ୟୁଜ୍(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ସଚିବ (5T)  ଭି.କେ. ପାଣ୍ଡିଆନ ଆଜି ଲକ୍ଷ୍ମୀ ଯୋଜନାର ବସ୍‌ କର୍ମଚାରୀ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ନିଃସ୍ବାର୍ଥପର ସେବା ଯୋଗାଇ ଦେବାକୁ ପରାମର୍ଶ ଦେଇଛନ୍ତି । ଏହି ଆଲୋଚନାରେ ବସ୍‌ ଡ୍ରାଇଭର, କଣ୍ଡକ୍ଟର ଓ ମ୍ୟାନେଜର ମାନଙ୍କୁ ମିଶାଇ ୬୫୦ ଜଣ କର୍ମଚାରୀ ଯୋଗ ଦେଇଥିଲେ ।
ସୂଚନାଯୋଗ୍ୟ ଯେ ପ୍ରଥମ ପର୍ଯ୍ୟାୟରେ ଦକ୍ଷିଣାଞ୍ଚଳର ୬ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଯୋଜନାରେ ବସ୍‌ ଚଳାଚଳ ଆରମ୍ଭ କରିବ ।  ଏହି ଜିଲ୍ଲା ଗୁଡିକ ହେଲା – ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡା, ଗଜପତି ଓ କନ୍ଧମାଳ।  ଚଳିତ ମାସ ୧୨ ତାରିଖ ଦିନ ମୁଖ୍ୟମନ୍ତ୍ରୀ ମାଲକାନଗିରି ଜିଲ୍ଲା ପାଇଁ ଏହି ଯୋଜନାର ଶୁଭାରମ୍ଭ କରିବେ।  ଲକ୍ଷ୍ମୀ ଯୋଜନାରେ ବସ୍‌ ଗୁଡିକ ପଞ୍ଚାୟତରୁ ବ୍ଲକ୍‌ ଓ ବ୍ଲକ୍‌ରୁ ଜିଲ୍ଲା ମୁଖ୍ୟାଳୟ ପର୍ଯ୍ୟନ୍ତ ଚାଲିବା ପାଇଁ ଯୋଜନା ରହିଛି ।
କର୍ମଚାରୀ ମାନଙ୍କୁ ସମ୍ବୋଧନ କରି  5T ସଚିବ ପାଣ୍ଡିଆନ କହିଲେ ଯେ ଯୋଗାଯୋଗ ହେଉଛି ଅର୍ଥନୈତିକ ଓ ସାମାଜିକ ଉନ୍ନତିର ମୌଳିକ ଆଧାର।  ତେଣୁ ଲୋକମାନଙ୍କୁ ଉଚ୍ଚମାନର ସେବା ଯୋଗାଇ ଦେବା ଆମର ପ୍ରଥମ ଦାୟିତ୍ବ ହେବା ଉଚିତ। ଏହି ବସ୍‌ ଯୋଜନାରେ ଛୋଟ ପିଲା ଠାରୁ ଆରମ୍ଭ କରି ଚାଷୀ, ବ୍ୟବସାୟୀ, ମିଶନ ଶକ୍ତି ମା ମାନେ, ସମସ୍ତେ ଉପକୃତ ହେବେ । ସ୍କୁଲ କଲେଜର ପିଲାମାନେ ସେମାନଙ୍କ ଶିକ୍ଷାନୁଷ୍ଠାନକୁ ଯାଇପାରିବେ । ଚାଷୀ ତାର ଉତ୍ପାଦିତ ଦ୍ରଦ୍ୟକୁ ନେଇ ବଜାରରେ ବିକ୍ରିବଟା କରିପାରିବ। ବ୍ୟବସାୟୀମାନେ ସୁରୁଖୁରୁରେ ବ୍ୟବସାୟ କରିପାରିବେ। ରୋଗୀମାନେ ଡାକ୍ତରଖାନାରେ ସୁବିଧାରେ ପହଞ୍ଚିପାରିବେ। ମିଶନ ଶକ୍ତି ମା ମାନେ ମଧ୍ୟ ସେମାନଙ୍କ କାର୍ଯ୍ୟ ପାଇଁ ଯାତାୟତ କରିବା ସହଜ ହେବ।
ପାଣ୍ଡିଆନ ପୁଣି କହିଥିଲେ ଯେ, ଲକ୍ଷ୍ମୀ ସମୃଦ୍ଧିର ପ୍ରତୀକ । ତେଣୁ ଏହି ପରିବହନ ସେବା ଗାଁ ଗାଁରେ ସମୃଦ୍ଧି ଆଣିବ। ଅର୍ଥନୈତିକ ବିକାଶକୁ ସୁନିଶ୍ଚିତ କରିବ। ଗ୍ରାମାଞ୍ଚଳ କ୍ଷେତ୍ରକୁ ରୂପାନ୍ତରିତ କରିବ । ତେଣୁ ବସ୍‌ର କର୍ମଚାରୀ ମାନେ ଯାତ୍ରୀମାନଙ୍କୁ ସେମାନଙ୍କ ନିଜ ପରିବାରର ସଦସ୍ୟ ଭାବେ ବ୍ୟବହାର କରିବାକୁ ସେ ପରାମର୍ଶ ଦେଇଥିଲେ। ଏଥିରେ ସେ ୩-ଏସ୍‌ ଉପରେ ଗୁରୁତ୍ବ ଦେଇଥିଲେ । ଏହି ତିନୋଟି ଏସ୍‌ ହେଲା – ସୁରକ୍ଷା, ସୁବିଧା ଓ ସମ୍ମାନ। ସମସ୍ତଙ୍କ ସୁରକ୍ଷା, ଯାତ୍ରୀଙ୍କ ସୁବିଧା ଓ ପ୍ରତ୍ୟେକ ଯେପରି ସମ୍ମାନର ସହିତ ଯାତାୟତ କରିବେ, ସେଥିପ୍ରତି ଧ୍ୟାନ ଦେବା ହେଉଛି କର୍ମଚାରୀ ମାନଙ୍କ କର୍ତ୍ତବ୍ୟ ବୋଲି  ପାଣ୍ଡିଆନ କହିଥିଲେ ।
Sasmita

Recent Posts

ଶେଷ ପର୍ଯ୍ୟାୟ ନିର୍ବାଚନ: ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ, ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର (କେନ୍ୟୁଜ): ଓଡିଶାରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ପାଇଁ କ୍ୟାମ୍ପେନ ଘମାସାନ । ଆଜି ଓଡ଼ିଶାର ୩ଟି ସ୍ଥାନରେ…

4 mins ago

ଆଜିର ରାଶିଫଳ: ଦିନଟି ଆପଣଙ୍କର କିପରି ବିତିବ ଜାଣନ୍ତୁ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ଶକ୍ତିଶାଳୀ ହେବାକୁ ଯାଉଛି । ଆପଣ ଠିକ୍ ସମୟରେ କାର୍ଯ୍ୟ ସମାପ୍ତ କରିବାକୁ…

7 hours ago

ଯାତ୍ରୀବାହୀ ବସ୍ ଓଲଟି ୩ ମୃତ, ୫ ଗୁରୁତର

କନ୍ଧମାଳ :  କନ୍ଧମାଳରେ ଓଲଟିଲା ଯାତ୍ରୀବାହୀ ବସ୍ । ୩ ଯାତ୍ରୀ ମୃତ, ୫୦ରୁ ଅଧିକ ଯାତ୍ରୀ ଆହତ ।…

9 hours ago

ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ, ଥାନାରେ ପୁତୁରା ଅଟକ

ପାଟଣାଗଡ଼ : ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ । ଘଟଣା ଘଟିଛି ପାଟଣାଗଡ଼ ଥାନା କୁତୁମୁଣ୍ଡା ଗ୍ରାମରେ ।…

9 hours ago

ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ

ଭୁବନେଶ୍ୱର : ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ । ଆଦର୍ଶ ଆଚରଣ ବିଧି ଓ ଆଇନ ଉଲ୍ଲଙ୍ଘନକାରୀ…

12 hours ago

ବସ୍ ସହ ପିକଅପ୍ ଭ୍ୟାନ ଧକ୍କା, ୧୯ ହୋମଗାର୍ଡ ଆହତ

ଭୁବନେଶ୍ୱର : ନିର୍ବାଚନ ଡ୍ୟୁଟିରେ ଯାଉଥିବା ବେଳେ ବସ୍ ଦୁର୍ଘଟଣା । ନିର୍ବାଚନ ଡ୍ୟୁଟିରେ ବଲାଙ୍ଗିରରୁ କେନ୍ଦ୍ରାପଡ଼ାକୁ ବସଟି ଯାଉଥିଲା।…

13 hours ago