ଆଗାମୀ ତିନି ଦିନ ମଧ୍ୟରେ ରାଜ୍ୟର ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୬ଟି ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର(କେ ନ୍ୟୁଜ): ମୌସୁମୀ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର ୧୧ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଉତ୍ତର ଓଡ଼ିଶାର କିଚି ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭବନା ରହିଛି। ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼ ଓ ଅନୁଗୁଳ ଏହି ୬ଟି ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ କରାଯାଇଛି।

ଆସନ୍ତାକାଲି ଉତ୍ତର ଓଡ଼ିଶା ସହ ଦକ୍ଷିଣ ଓଡ଼ିଶାରେ ମଧ୍ୟ ବର୍ଷା ଲାଗି ରହିବ। ପରିସ୍ଥିତକୁ ଦୃଷ୍ଟିରେ ରଖି ୧୧ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର। ୧୭ ଜୁନ୍‌ ଯାଏଁ ଗଭୀର ସମୁଦ୍ରକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.