ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା; ୬ ଆହତ

ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନାର 143 ନମ୍ବର ଜାତୀୟ ରାଜପାଥର କେନାଭେଟା ନିକଟରେ ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା । ଫଳରେ ୬ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତ ଯାତ୍ରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଗତକାଲି ବିଳମ୍ବିତ ରାତିରେ ଏହି ସଡ଼କ ଦୁର୍ଘଟଣା ଘଟିଛି।

ବଣାଇ (କେନ୍ୟୁଜ): ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନାର 143 ନମ୍ବର ଜାତୀୟ ରାଜପାଥର କେନାଭେଟା ନିକଟରେ ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା । ଫଳରେ ୬ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତ ଯାତ୍ରୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଗତକାଲି ବିଳମ୍ବିତ ରାତିରେ ଏହି ସଡ଼କ ଦୁର୍ଘଟଣା ଘଟିଛି।

ଗତକାଲି ବଳମ୍ବିତ ରାତିରେ ‘ଶ୍ରୀରାମ ଜି’ ନାମକ ଯାତୟୀବାହୀ ବସ୍‌ଟି ଯାତ୍ରୀମାନଙ୍କୁ ନେଇ ବାଲେଶ୍ଵରରୁ ରାଉରକେଲା ଅଭିମୁଖେ ଯାଉଥିଲା । କେନାଭଟା ନିକଟରେ ବିପରୀତ ଦିଗରୁ ଆସୁଥିବା ଟ୍ରକ ସହ ବସ୍‌ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ୬ ଜଣ ଯାତ୍ରୀ ଆହତ ହୋଇଥିଲେ । ଆହତ ଯାତ୍ରୀମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସେପଟେ ଟ୍ରକ ଡ୍ରାଇଭର ଦୁର୍ଘଟଣା ଘଟାଇ ଫେରାର ହୋଇଯାଇଛି । ଘଟଣା ସ୍ଥଳରେ ବଣାଇ ପୋଲିସ ପହଂଚି ତଦନ୍ତ ଆରମ୍ଭ କରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.