ରାଜ୍ୟ

ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ଜିରୋ ଟଲରେନ୍ସ:ଆଉ ୬ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

କେନ୍ୟୁଜ୍(ବ୍ୟୁରୋ):  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ସାଧାରଣ ଜୀବନରେ  ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ  ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୬ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ଏବଂ ଏଥିରେ ବିଭିନ୍ନ କ୍ଷେତ୍ରରେ ଥିବା ଅଧିକାରୀ, ଯଥା – ଜଣେ ମୁଖ୍ୟଯନ୍ତ୍ରୀ, ୩ ଜଣ  ଏକଜିକ୍ୟୁଟିଭ ଇଞ୍ଜିନିୟର ଓ ୨ ଜଣ  ବ୍ଲକ  ଶିକ୍ଷା  ଅଧିକାରୀ   ପ୍ରମୁଖ ଅନ୍ତର୍ଭୁକ୍ତ ।  ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୬୪ ଜଣ ଅଧିକାରୀଙ୍କୁ ଚାକିରୀରୁ ବରଖାସ୍ତ  ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଏହି ୬ ଜଣଙ୍କ ମଧ୍ୟରୁ ସମ୍ବଲପୁର ଇଲେକ୍ଟ୍ରିକାଲ ମୁଖ୍ୟଯନ୍ତ୍ରୀ ଶ୍ରୀ ସୁନିଲ୍ କୁମାର ପଣ୍ଡାଙ୍କ ନାମରେ ଗୋଟିଏ ଦୁର୍ନିତୀ ମାମଲା ଅଛି । ତାଙ୍କ   ପାଖରେ 3.26 କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ଥିଲା ।  ଏଥିପାଇଁ ତାଙ୍କୁ ନିଲମ୍ବିତ ମଧ୍ୟ କରାଯାଇଥିଲା । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ବ୍ରହ୍ମପୁର ରୁରାଲ ୱାର୍କ୍ସ ଇଲେକ୍ଟ୍ରିକାଲ୍   ଡିଭିଜନର ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟର  ଶ୍ରୀ ଜଗନ୍ନାଥ ସେଠୀଙ୍କ ନାମରେ ଗୋଟିଏ ଦୁର୍ନିତୀ ମାମଲା ଥିଲା । ତାଙ୍କ ପାଖରେ 7.63 କୋଟି ଟଙ୍କାର ଆୟ ବହିର୍ଭୁତ ସମ୍ପତ୍ତି ଥିଲା ଏବଂ ଏଥିପାଇଁ ତାଙ୍କୁ ନିଲମ୍ବିତ କରାଯାଇଥିଲା। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ସେହିପରି ଭୁବନେଶ୍ୱରର ଏକ୍ଜିକ୍ୟୁଟିଭ ଇଞ୍ଜିନିୟର (Testing and Calibration)  ତଥା ଡେପୁଟି ଇଲେକ୍ଟ୍ରିକାଲ ଇନସପେକ୍ଟର ଶ୍ରୀ ଦୀପକ କୁମାର ଭୁୟାଁଙ୍କ ନାମରେ ଦୁଇଟି ଦୁର୍ନିତୀ ମାମଲା ରହିଛି । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।ଭୁବନେଶ୍ୱରର ଏକ୍ଜିକ୍ୟୁଟିଭ ଇଞ୍ଜିନିୟର (ED & Inspection) ତଥା ଡେପୁଟି ଇଲେକ୍ଟ୍ରିକାଲ ଇନସପେକ୍ଟର ଶ୍ରୀ ପ୍ରଶାନ୍ତ କୁମାର ମିଶ୍ରଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି। ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ରାୟଗଡା ଜିଲ୍ଲାର ଗୁଣୁପୁରସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ  ଶ୍ରୀ ଅନ୍ତର୍ଯ୍ୟାମୀ ବେହେରାଙ୍କ ନାମରେ ଗୋଟିଏ ଦୁର୍ନିତୀ ମାମଲା ଅଛି । ସେ  ୧୦ ହଜାର  ଟଙ୍କାର  ଲାଞ୍ଚ  ଗ୍ରହଣ  କରିଥିଲେ । ତାଙ୍କୁ ୨୦୨୨ ମାର୍ଚ୍ଚ ୨ ତାରିଖ ଦିନ ଗିରଫ କରାଯାଇ ତା ପରଦିନ କୋର୍ଟକୁ ପଠାଯାଇଥିଲା ।  ଅସାଧୁତା  କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ସେହିପରି ଗଜପତି ଜିଲ୍ଲାର ନୂଆଗଡସ୍ଥିତ ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀ ବ୍ରଜ କୁମାର ନାୟକଙ୍କ  ନାମରେ ଗୋଟିଏ ଦୁର୍ନୀତି ମାମଲା  ରହିଛି । ତାଙ୍କ ଅଫିସ ଭିତରେ ୩୦ ହଜାର ଟଙ୍କାର ଲାଞ୍ଚ ଗ୍ରହଣ କରୁଥିଲାବେଳେ ସେ ଦୁର୍ନୀତି ନିବାରଣ ବିଭାଗ ଦ୍ୱାରା ଧରା ପଡିଥିଲେ । ଅସାଧୁତା କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୬୪ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି ବା ପେନସନ ବନ୍ଦ କରାଯାଇଛି।

KNews Bureau

Recent Posts

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

2 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

36 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

44 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

59 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

1 hour ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

1 hour ago