Below header

ଭାରସାମ୍ୟ ହରାଇ ଓଲଟିଲା ବସ୍‌, ୬ ଆହତ

ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ ଓଲଟି ପଡିବାରୁ ୬ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ଯାଜପୁର ରୋଡ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି ।

ଯାଜପୁର ରୋଡ(କେନ୍ୟୁଜ୍‌) : ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ ଓଲଟି ପଡିବାରୁ ୬ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ଯାଜପୁର ରୋଡ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ଜଣଙ୍କ ଅବସ୍ଥା ଗୁରୁତର ରହିଛି ।

ସୂଚନା ଅନୁଯାୟୀ, ଭୁବନେଶ୍ୱରରୁ କରଞ୍ଜିଆ ଯାଉଥିଲା ନାୟକ ନାମକ ଏକ ଯାତ୍ରୀବାହୀ ବସ। କୌଣସି କାରଣବଶତଃ ଭାରସାମ୍ଯ ହରାଇ କୋରାଇ ଥାନା ଜହ୍ନା ଛକ ନିକଟରେ ଯାତ୍ରୀବାହୀ ବସ୍ ଓଲଟି ପଡିଥିଲା । ଯାହା ଫଳରେ ୬ ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିବା ଜଣାଯାଇଛି।

ଆହତ ଯାତ୍ରୀମାନଙ୍କୁ ଯାଜପୁର ରୋଡ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ସ୍ଥାନୀୟ ଲୋକଙ୍କ ସହାୟତାରେ 108 ଆମ୍ବୁଲାନ୍ସ ଯୋଗେ ଭର୍ତ୍ତି କରାଯାଇଛି । ଆହତମାନଙ୍କ ମଧ୍ୟରୁ ଜଣେ ନାବାଳକ ରହିଥିବା ବେଳେ ଜଣଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ଘଟଣାସ୍ଥଳରେ କୋରେଇ ପୋଲିସ ପହଁଚି ତଦନ୍ତ ଜାରି ରଖିଛି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.