ପଦ୍ମ ଧରିଲେ ଭର୍ତ୍ତୃହରି, ସିଦ୍ଧାନ୍ତ, ଦମୟନ୍ତୀ

ବିଜେପିରେ ଯୋଗଦେଲେ ସାଂସଦ ଭର୍ତ୍ତୃହରି ମହତାବ, ଅଭିନେତା ସିଦ୍ଧାନ୍ତ ମହାପାତ୍ର ଓ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା ।ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ଉପସ୍ଥିତିରେ ସେ ସାମିଲ ହୋଇଛନ୍ତି ।

ଭୁବନେଶ୍ୱର(କେନ୍ୟୁଜ୍‌) : ବିଜେପିରେ ଯୋଗଦେଲେ ସାଂସଦ ଭର୍ତ୍ତୃହରି ମହତାବ, ଅଭିନେତା ସିଦ୍ଧାନ୍ତ ମହାପାତ୍ର ଓ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା । ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ଉପସ୍ଥିତିରେ ସେ ସାମିଲ ହୋଇଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସଭାପତି ମନମୋହନ ସାମଲ ମଧ୍ୟ ଉପସ୍ଥିତ ରହିଛନ୍ତି । ଆଜି ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ତିନିଜଣ ଯାକ ପଦ୍ମ ଧରିଛନ୍ତି ।

ନିକଟରେ ଭର୍ତ୍ତୃହରି ମହତାବ ବିଜେଡି ଛାଡ଼ିଥିଲେ । ଏବେ କଟକ ଲୋକସଭା ଆସନରେ ହୋଇପାରେ ଭର୍ତ୍ତୃହରି ବନାମ ସଂତୃପ୍ତ ଫାଇଟ୍। କଟକରୁ ସଂତୃପ୍ତ ମିଶ୍ରଙ୍କୁ ପ୍ରାର୍ଥୀ କରିଛି ବିଜେଡି । କଟକରୁ ଭର୍ତ୍ତୃହରି ମହତାବଙ୍କୁ ବିଜେପି ପ୍ରାର୍ଥୀ କରିବା ଏକ ପ୍ରକାର ସୁନିଶ୍ଚିତ । ତେଣୁ କଟକରେ ବିଜେଡି ପ୍ରାର୍ଥୀ ସଂତୃପ୍ତଙ୍କୁ ମୁକାବିଲା କରିବେ ଭର୍ତ୍ତୃହରି । ୨୪ ବର୍ଷ ପରେ ବିଜେଡି କଟକରେ ନୂଆ ଚେହେରା ଦେଇଛି । ଜଣେ ଯୁବକଙ୍କୁ ପ୍ରାର୍ଥୀ କରିଛି ବିଜେଡି । ଅନ୍ୟପଟେ ଭର୍ତ୍ତୃହରି ପ୍ରାୟ ୨ ବର୍ଷ ହେବ ବିଜେଡିର ଦଳୀୟ କାର୍ଯ୍ୟକ୍ରମରେ ସକ୍ରିୟ ନଥିଲେ। ।

ସେହିପରି ବିଜେଡି ଟିକେଟରେ ବ୍ରହ୍ମପୁରରୁ ଦୁଇ ଥର ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ସିଦ୍ଧାନ୍ତ ମହାପାତ୍ର। ୨୦୦୯ ଓ ୨୦୧୪ ସାଧାରଣ ନିର୍ବାଚନରେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ଚନ୍ଦ୍ରଶେଖର ସାହୁଙ୍କୁ ପରାସ୍ତ କରିଥିଲେ। ତେବେ ଆଜି ଦିଲ୍ଲୀସ୍ଥିତ ବିଜେପି ମୁଖ୍ୟାଳୟରେ ସିଦ୍ଧାନ୍ତ ପଦ୍ମ ଧରିଛନ୍ତି । ସେହିପରି ମୟୂରଭଂଜ ଜିଲ୍ଲାର ଆଦିବାସୀ ଚେହେରା ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା ବି ପଦ୍ମ ଧରିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.