ବୁଲା ଗାଈ, କୁକୁରଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଷାଠିଏ ଲଷ ଟଙ୍କାର ସହାୟତା

ଭୁବନେଶ୍ୱର(କେ ନ୍ୟୁଜ): କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଲକ୍ ଡାଉନ୍ ସ୍ଥିତି ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ରାଜ୍ୟର ପାଞ୍ଚ ମହାନଗର ନିଗମ, ୪୮ଟି ମ୍ୟୁନିସପାଲଟି ଓ ୬୧  ଟିଏନ୍ଏସି ମାନଙ୍କୁ ଷାଠିଏ ଲଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି । ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ପ୍ରାଣୀ ମାନଙ୍କୁ ଖାଦ୍ୟ ଯୋଗାଇ ଦେବେ ।

ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା ,କଟକ ,ସମ୍ବଲପୁର,ରାଉରକେଲା, ଓ ଵ୍ରହ୍ମପୁର ମହାନଗର ନିଗମ ଦୈନିକ ଦଶହଜାର ଟଙ୍କା ,ମ୍ୟୁନିସପାଲଟି ମାନେ ଦୈନିକ ପାଞ୍ଚ ହଜାର ଟଙ୍କା ଓ ଏନଏ ସି ମାନେ ଦୈନିକ ଦୁଇ ହଜାର ଟଙ୍କା ଖର୍ଚ୍ଚ କରିପାରିବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.