ଓଡ଼ିଶା ସାହିତ୍ୟ ଏକାଡେମୀର ୬୨ ତମ ସ୍ୱନକ୍ଷତ୍ର ଦିବସ ପାଳିତ

ଭୁବନେଶ୍ୱର(କେନ୍ୟୁଜ୍): ଓଡ଼ିଶା ସାହିତ୍ୟ ଏକାଡେମୀର ୬୨ ତମ ସ୍ୱନକ୍ଷତ୍ର ଦିବସ ପାଳିତ। ଭୁବନେଶ୍ୱର ରବୀନ୍ଦ୍ର ମଣ୍ଡପରେ ଆୟୋଜିତ କାଯ୍ୟର୍କ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ବିଶିଷ୍ଟ ସାହିତ୍ୟିକ ସାତକଡ଼ିି ହୋତା ଓ ଉଦଘାଟକ ଭାବେ ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ। ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ବିଜୟ କୁମାର ନାୟକ। ବିଶିଷ୍ଟ ଅତିଥି ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଶାସନ ସଚିବ ମନୋରଞ୍ଜନ ପାଣିଗ୍ରାହୀ ଯୋଗ ଦେଇ ଅଭିଭାଷଣ ରଖିଥିଲେ । ଏକାଡେମୀର ସ୍ୱନକ୍ଷତ୍ର ଦିବସ ଅବସରରେ ରାଜ୍ୟସ୍ତରୀୟ ପ୍ରବନ୍ଧ, କବିତା ଆବୃତ୍ତି,ବକ୍ତତା ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା । ଏହି ଅବସରରେ ଓଡ଼ିିଶା ସାହିତ୍ୟ ଏକାଡେମୀ ପ୍ରକାଶିତ ପୁସ୍ତକ ମଧ୍ୟ ଲୋକାର୍ପିତ ହୋଇଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.