୨୪ ଘଣ୍ଟାରେ ୬୭ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୧୨ ଜଣ

ଭୁବନେଶ୍ୱର(କେ ନ୍ୟୁଜ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୮ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରେ ୭ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨ ଜଣ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।

Also Read: ୨୪ ଘଣ୍ଟାରେ ୧୩୧ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ ୩୦ ଜଣ

Leave A Reply

Your email address will not be published.