Below header

ଆଜି ବିଧାନସଭା ମୌସୁମୀ ଅଧିବେଶନର ଷଷ୍ଠ ଦିବସ: କୃଷି, କୃଷକର ସମସ୍ୟା ଓ ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ ଉପରେ ହୋଇପାରେ ଆଲୋଚନା

ଭୁବନେଶ୍ବର: ଆଜି ବିଧାନସଭା ମୌସୁମୀ ଅଧିବେଶନର ଷଷ୍ଠ ଦିବସ । ଗତକାଲି ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ ପରେ ଗୃହକୁ ଆଜି ସକାଳ ସାଢେ ୧୦ଟା ଯାଏ ମୁଲତବୀ କରାଯାଇଥିଲା । ଆଜି କୃଷି ଓ କୃଷକର ସମସ୍ୟା ପ୍ରତି ସରକାର ଉଦାସିନ ପ୍ରସଙ୍ଗରେ ବିରୋଧୀ ଆଣିଥିବା ମୁଲତବୀ ପ୍ରସ୍ତାବ ଉପରେ ଗୃହରେ ଆଲୋଚନା ହୋଇପାରେ ।

ଏଥିସହ ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ ଉପରେ ମଧ୍ୟ ଆଲୋଚନା ହେବାର ରହିଛି । ଓଡ଼ିଶା ଅଧିବକ୍ତା କଲ୍ୟାଣ ପାଣ୍ଠି ସଂଶୋଧନ ବିଲ୍‌ ଓ ଶିଳ୍ପ ବିବାଦ ସଂଶୋଧନ ବିଲ୍‌ ବିଧାନସଭାରେ ଆଲୋଚନା ଓ ପାରିତ ହେବାର ସମ୍ଭାବନା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.