ନାଚ ଦେଖାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, ୭ ଆହତ
ନାଚ ଦେଖାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ । ଆକ୍ରମଣ ଓ ପ୍ରତି ଆକ୍ରମଣରେ ଉଭୟ ଗୋଷ୍ଠୀର ୭ ଜଣ ଆହତ ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ସିଙ୍ଗିପୁର ଗାଁର ଘଟଣା । ସମସ୍ତ ଆହତଙ୍କୁ ନିକଟସ୍ଥ ଗୋବରା ମେଡିକାଲ୍ରେ ଭର୍ତ୍ତି କରାଯାଇଛି । ଏବେବି ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଲାଗି ରହିଛି ।

ଘଟଣା ସ୍ଥଳରେ ପୋଲିସ ପହଞ୍ଚି , ଆହତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛି। ଗଣ୍ଡଗୋଳ ପଛର ପ୍ରକୃତ କାରଣ ସ୍ପଷ୍ଟ ହୋଇନଥିବା ବେଳେ , ଗତ ରାତିରେ ସିଙ୍ଗିପୁର ଗାଁରେ ହେଉଥିବା ଯାତ୍ରା ନାଟକ ପରିବେଷଣ ସମୟରେ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ପରିସ୍ଥିତିକୁ ଦୃଷ୍ଟିରେ ରଖି ପୋଲିସ ଘଟଣା ସ୍ଥଳରେ ଉପସ୍ଥିତ ରହିଛି ।