Below header

ସୁନ୍ଦରଗଡ଼ରେ ଚିନ୍ତା ବଢ଼ାଉଛି ସ୍କ୍ରବ୍ ଟାଇଫସ୍ : ଆଜି ପୁଣି ୭ ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ଼ରେ ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ୍। ଆଜି ପୁଣି ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଛି ୧୬୯।

ସୁନ୍ଦରଗଡ଼ (କେନ୍ୟୁଜ): ସୁନ୍ଦରଗଡ଼ରେ ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ୍। ଆଜି ପୁଣି ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଛି ୧୬୯। ଗତ ଜାନୁୟାରୀ ୧ରୁ ସେପଟେମ୍ବର ୧୨ ତାରିଖ ମଧ୍ୟରେ ଜିଲ୍ଲାରେ ୧୩୨ ଜଣ ସ୍କ୍ରବ ଟାଇଫସ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜଣଙ୍କ ମୃତ୍ୟୁ ହୋଇଛି। ସେହି ରୋଗୀ ଜଣକ ପ୍ରାୟ ୨୦ ଦିନ ଧରି ICUରେ ରହି ଚିକିତ୍ସିତ ହେଉଥିଲେ । ସେ ପୂର୍ବରୁ ଅନ୍ୟାନ୍ୟ ରୋଗରେ ମଧ୍ୟ ଆକ୍ରାନ୍ତ ଥିବା କହିଛନ୍ତି।

ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଔଷଧ ଓ ନମୁନା ପରୀକ୍ଷା ପାଇଁ ସମସ୍ତ ସୁବିଧା ଥିବା ସହ ସ୍ବତନ୍ତ୍ର ଡାକ୍ତରୀ ଦଳ ପ୍ରସ୍ତୁତ ରହିଛନ୍ତି। ଚିଗର୍ସ ନାମକ ଏକ କୀଟ କାମୁଡ଼ିବା ଦ୍ବାରା ଲୋକଙ୍କ ଶରୀରରେ ଏହି ସଂକ୍ରମଣ ଆରମ୍ଭ ହୋଇଥାଏ। ପୋଖରୀ , ବିଲ କି ଜଙ୍ଗଲକୁ ଯାଉଥିବା ଲୋକ ଏହି କୀଟ ଦଂଶନର ଶିକାର ହୋଇଥାନ୍ତି।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.