ରାଜ୍ୟ

ଢେଙ୍କାନାଳରୁ ୭୧୧ ଗ୍ରାମ ବ୍ରାଉନସୁଗାର ଜବତ, ଦୁଇ ଗିରଫ

ଢେଙ୍କାନାଳ(କେନ୍ୟୁଜ୍): ଢେଙ୍କାନାଳ ଜିଲ୍ଲାରେ ବଡ ଧରଣର ବ୍ରାଉନସୁଗାର ଜବତ।ଦୁଇଟି ସ୍ଥାନରେ ରେଡ କରି ୭୧୧ ଗ୍ରାମ ବ୍ରାଉନସୁଗାର ଜବତ।ଢେଙ୍କାନାଳ ଟାଉନଥାନା ଅନ୍ତର୍ଗତ ତାରିଣୀନଗରରୁ ୬୮୫ ଗ୍ରାମ ବ୍ରାଉନସୁଗାର ଜବତ ହୋଇଥିବା ବେଳେ ଭୁବନ ଗଁପୁର ବାଜିରାଉତ ମେମୋରିଆଲ କଲେଜ ନିକଟରୁ ୨୬ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି।ଦୁଇ ଅଭିଯୁକ୍ତ ରଞ୍ଜିତ ରାଉତ ଓରଫ କାଳିଆ, ଏବଂ ପ୍ରଶାନ୍ତ ବେହେରା ଗିରଫଙ୍କୁ ଅବକାରୀ ବିଭାଗ ପକ୍ଷରୁ ଗିରଫ କରାଯାଇଛି ।

ସେହିପରି ଟାଉନ ଥାନା ଅନ୍ତର୍ଗତ ତାରିଣୀ ନଗର ଅଞ୍ଚଳରେ ବ୍ରାଉନସୁଗାର ବ୍ୟବସାୟ କରୁଥିବା ରଞ୍ଜିତ ରାଉତ ଠାରୁ ଅଢେଇ ଲକ୍ଷ ଟଙ୍କା ଓ ଏକ ବୁଲେଟ ଜବତ କରାଯାଇଛି। ଭୁବନ ଅଞ୍ଚଳରୁ ଗିରଫ ହୋଇଥିବା ବେପାରୀ ପ୍ରଶାନ୍ତ ବେହେରା ପ୍ରଶାନ୍ତ ଘର ଭଦ୍ରକର ନରିପୁର ଅଞ୍ଚଳର ବୋଲି ଜଣାପଡିଛି। ମୋଟ ୭୧ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ ହୋଇଛି।ଅବକାରୀ ବିଭାଗର କଟକ, ସମ୍ବଲପୁର ସ୍ଵତନ୍ତ୍ର ସ୍କଡ଼ ଓ ଢେଙ୍କାନାଳ ଜିଲ୍ଲା ଅବକାରୀ ପକ୍ଷରୁ ମିଳିତ ଚଢାଉ କରାଯାଇଥିଲା।ଏନେଇ ଅଧିକ ତଦନ୍ତ ଜାରି ରହିଛି।

KNews Bureau

Recent Posts

ଦିଲ୍ଲୀ ଯିବା ପୂର୍ବରୁ କୃଷି ମନ୍ତ୍ରୀଙ୍କ ବିଭାଗୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

8 mins ago

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

21 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

30 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

34 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

1 hour ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

1 hour ago