Below header

ଶ୍ରୀମନ୍ଦିର ସୁରକ୍ଷା ପାଇଁ ସ୍ୱେଚ୍ଛାକୃତ ଭାବେ ସଂଗ୍ରହ ହେଲା ୭୫% ଘରୋଇ ଜମି

ପୁରୀ(କେନ୍ଯୁଜ୍): ପୁରୀ ଶ୍ରୀମନ୍ଦିର ନିରାପତ୍ତା ବଳୟ ପାଇଁ ସ୍ୱେଚ୍ଛାକୃତ ଭାବରେ ୭୫ ପ୍ରତିଶତ ଘରୋଇ ଜମି ସଂଗ୍ରହ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଧନ୍ୟବାଦ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ୪୦ ଦିନ ଭିତରେ ସିଧାସଳଖ ବିକ୍ର-ଖର୍ଦ୍ଦି ପ୍ରକ୍ରିୟାରେ ୭୫ ପ୍ରତିଶତ ଘରୋଇ ଜମି ସଂଗ୍ରହ ହୋଇପାରିଛି । ସାରା ଦେଶରେ ଜମି ଅଧିଗ୍ରହଣ ପ୍ରକ୍ରିୟାରେ ଏହା ଏକ ଅଭୂତପୂର୍ବ ସଫଳତା । ମହାପ୍ରଭୁଙ୍କ ପାଇଁ ଆପଣମାନେ ଆପଣଙ୍କ ଭିଟାମାଟି, ବ୍ୟବସାୟ ପ୍ରତିଷ୍ଠାନ, ହୋଟେଲ, ଲଜିଂ ଆଦି ତ୍ୟାଗ କରିଛନ୍ତି । ଅନେକ ମଠ ମଧ୍ୟ ଏଥିରେ ସାମିଲ ହୋଇଛନ୍ତି । ମହାପ୍ରଭୁଙ୍କ ଇଚ୍ଛା ଓ ତାଙ୍କ ପ୍ରେରଣାରେ ଏସବୁ ସମ୍ଭବ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.