Below header

ଭୁବନେଶ୍ବର ବିମାନବନ୍ଦରରୁ ୭୫ ଲକ୍ଷ ଟଙ୍କା ଜବତ, ତଦନ୍ତ କରୁଛି ଆୟକର ବିଭାଗ

ନିର୍ବାଚନ ବେଳେ ଭୁବନେଶ୍ୱର ବିମାନ ବନ୍ଦରରୁ ୭୫ ଲକ୍ଷ ଟଙ୍କାର ନଗଦ ଟଙ୍କା ଜବତ ହୋଇଛି । ଦୁଇଜଣ ବ୍ୟକ୍ତିଙ୍କ ଲଗେଜରୁ ଏତେ ପରିମାଣରେ ଟଙ୍କା ମିଳିଛି । ଜଣେ ବ୍ୟକ୍ତି ଦିଲ୍ଲୀରୁ ଆସୁଥିବା ବେଳେ ଅନ୍ୟ ଜଣେ ଚେନ୍ନାଇରୁ ଭୁବନେଶ୍ୱର ଆସୁଥିଲେ ।

ଭୁବନେଶ୍ୱର (କେନ୍ୟୁଜ): ନିର୍ବାଚନ ବେଳେ ଭୁବନେଶ୍ୱର ବିମାନ ବନ୍ଦରରୁ ୭୫ ଲକ୍ଷ ଟଙ୍କାର ନଗଦ ଟଙ୍କା ଜବତ ହୋଇଛି । ଦୁଇଜଣ ବ୍ୟକ୍ତିଙ୍କ ଲଗେଜରୁ ଏତେ ପରିମାଣରେ ଟଙ୍କା ମିଳିଛି । ଜଣେ ବ୍ୟକ୍ତି ଦିଲ୍ଲୀରୁ ଆସୁଥିବା ବେଳେ ଅନ୍ୟ ଜଣେ ଚେନ୍ନାଇରୁ ଭୁବନେଶ୍ୱର ଆସୁଥିଲେ । ସାଙ୍ଗରେ ଥିବା ଟ୍ରଲି ବ୍ୟାଗରେ ଏହି ଟଙ୍କା ଥିଲା।

ଭୁବନେଶ୍ୱର ବିମାନ ବନ୍ଦରରେ ଲଗେଜେ ସ୍କାନିଂ ବେଳେ ବ୍ୟାଗରେ ଟଙ୍କା ଥିବା ଜଣାପଡିଛି । କେଉଁଠୁ ଓ କଣ ପାଇଁ ଏତେ ଟଙ୍କା ଆସିଥିଲା ତାର ତଦନ୍ତ କରୁଛି ଆୟକର ବିଭାଗ । ଆଗକୁ ନିର୍ବାଚନ ଥିବା ବେଳେ ଏତେ ପରିମାଣର ଟଙ୍କା ଜବତ ହେବା ସନ୍ଦେହ ସୃଷ୍ଟି କରୁଛି । ଜବତ ଟଙ୍କା ଜଣେ ପ୍ରତିଷ୍ଠିତ ବ୍ୟବସାୟୀଙ୍କ ବୋଲି ସୂଚନା ମିଳିଛି । ଜବତ ହୋଇଥିବା ଟଙ୍କାକୁ ସିଜ କରି ଆୟକର ବିଭାଗ ଘଟଣାର ଅଧିକ ତଦନ୍ତ କରୁଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.