ରାଜ୍ୟ

ରାଜ୍ୟର ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରହେଲା ନିୟମିତ, ଅନୁମୋଦନ ଦେଲେ ମୁଖ୍ୟମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ): ନିୟମିତ ଅଙ୍ଗନବାଡି କେନ୍ଦ୍ର ହେଲା ରାଜ୍ୟର ସମସ୍ତ ମିନି ଅଙ୍ଗନବାଡି କେନ୍ଦ୍ର। ରାଜ୍ୟର ସମସ୍ତ ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରକୁ ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ଉନ୍ନୀତ କରିବା ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହାଦ୍ବାରା ରାଜ୍ୟରେ ଶିଶୁ ଯତ୍ନ କାର୍ଯ୍ୟକ୍ରମ ଆହୁରି ବ୍ୟାପକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଅଙ୍ଗନବାଡି କେନ୍ଦ୍ର ଗୁଡିକ ରାଜ୍ୟରେ କୋମଳମତି ଶିଶୁ ମାନଙ୍କର ଯତ୍ନ ଓ ପ୍ରାରମ୍ଭିକ ଶିକ୍ଷା ଲାଭ ନିମନ୍ତେ କାର୍ଯ୍ୟ କରୁଛି ।

ରାଜ୍ୟର ଏହି ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରର ଉନ୍ନୀତକରଣ ପାଇଁ ୫୫ କୋଟି ୨୧ ଲକ୍ଷ ୩୦ ହଜାର ୧୫୦ ଟଙ୍କା ଖର୍ଚ୍ଚ ହେବ। ଏଥିରୁ ରାଜ୍ୟ ସରକାର ୩୬ କୋଟି ୪୦ ଲକ୍ଷ ୯୫ ହଜାର ୧୬୦ ଟଙ୍କା ବହନ କରୁଥିବା ବେଳେ କେନ୍ଦ୍ର ସରକାର ୧୮ କୋଟି ୮୦ ଲକ୍ଷ ୩୪ ହଜାର ୯୯୦ ଟଙ୍କା ବହନ କରୁଛନ୍ତି । ଅନୁଦାନ ଅର୍ଥରେ ମେଡିସିନ୍ କିଟ୍, ଆସବାବପତ୍ର ଓ ଅନ୍ୟାନ୍ୟ ଉପକରଣ ତଥା ପ୍ରଶାସନିକ ଖର୍ଚ୍ଚ ମଧ୍ୟ ଅନ୍ତର୍ଭୁକ୍ତ ରହିଛି। ଏନେଇ ବିଜୁ ଶ୍ରମିକ ସାମୁଖ୍ୟ ରାଜ୍ୟ ସଭାନେତ୍ରୀ ନନ୍ଦିନୀ ପଣ୍ଡା ରାଜ୍ୟ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି।..

Sasmita

Recent Posts

ଆଜିଠୁ ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ସ୍ବାଗତ ପାଇଁ ଜନ୍ମମାଟି ଭବ୍ୟ ପ୍ରସ୍ତୁତି

ଭୁବନେଶ୍ୱର (କେନ୍ୟୁଜ): ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତ । ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ…

4 mins ago

୩ ରୁ ୪ ଦିନ ମଧ୍ୟରେ ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ, ୨୫ରୁ ବଢିବ ବର୍ଷା

ଭୁବନେଶ୍ୱର (କେନ୍ୟୁଜ): ଆଗାମୀ ୩ ରୁ ୪ ଦିନ ମଧ୍ୟରେ ଓଡ଼ିଶାର ସବୁ ଜିଲ୍ଲାକୁ ଛୁଇଁବ ମୌସୁମୀ । ସୁନ୍ଦରଗଡ଼…

18 mins ago

ତାଜା ଅପଡ଼େଟ : ଜାଣନ୍ତୁ ଆପଣଙ୍କ ସହରରେ ପେଟ୍ରୋଲ ଦର ବଢିଛି ନା କମିଛି ?

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୦ ଟଙ୍କା ୯୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

29 mins ago

ଟି-ଟ୍ବେଣ୍ଟି ବିଶ୍ବକପ୍ : ସୁପର-୮ରେ ଭାରତର ଦ୍ବିତୀୟ ବିଜୟ, ବାଂଲାଦେଶକୁ ୫୦ ରନରେ କଲା ପରାସ୍ତ

ଟି-ଟ୍ବେଣ୍ଟି ବିଶ୍ବକପ୍ ରେ ବାଂଲାଦେଶକୁ ହରାଇ ସୁପର-୮ରେ ଭାରତର କ୍ରମାଗତ ବିଜୟ । ବାଂଲାଦେଶକୁ ୫୦ ରନରେ ପରାସ୍ତ କରି…

37 mins ago

ସ୍ଥିର ରହିଛି ସୁନା ଦର, କିଣିବାକୁ ଚାହୁଁଛନ୍ତି କି ଆଜି ହିଁ ନେଇ ଆସନ୍ତୁ

ଆଜି ସ୍ଥିର ରହିଛି ସୁନା-ରୂପା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି ତେବେ…

53 mins ago

ବାରିପଦା ବସ ଷ୍ଟାଣ୍ଡରେ ହଣାକଟା ଘଟଣା: ଉଭୟ ପକ୍ଷରୁ ୧୦ ଜଣଙ୍କୁ ଗିରଫ କରିଛି ପୋଲିସ୍

ବାରିପଦା (କେନ୍ୟୁଜ): ବାରିପଦା ଘରୋଇ ବସଷ୍ଟାଣ୍ଡରେ ହଣାକଟା ଘଟଣାରେ ପୋଲିସର ଆକ୍ସନ । ଦୁଇଟି ପୃଥକ ପୃଥକ ମାମଲା ରୁଜୁ…

1 hour ago