ରାଜ୍ୟରେ ସୁସ୍ଥ ହେଲେ ଆଉ ୭୯ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ଆଜି ସୁସ୍ଥ ହେଲେ ଆଉ ୭୯ ଜଣ । ଭଦ୍ରକ ଜିଲ୍ଲାରୁ ସର୍ବାଧିକ ୨୮ ଜଣ ସୁସ୍ଥ ହୋଇଥିବା ବେଳେ ଯାଜପୁରରୁ ୫, ବାଲେଶ୍ୱର ୧୭, କଟକ ୪ ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ଗଞ୍ଜାମ ଜିଲ୍ଲାରୁ ୧୧ ଜଣ, କେନ୍ଦୁଝରରୁ ୩ ଜଣ , ପୁରୀରୁ ୭ ଜଣ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧା ଓ ବଲାଙ୍ଗୀର ଜିଲ୍ଲାରୁ ୨ ଜଣ ଲେଖାଏ ଆରୋଗ୍ୟ ଲାଭ କରିଛନ୍ତି ।


ରାଜ୍ୟରେ ମୋଟ୍‌ ୮୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଲେଣି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ରାଜ୍ୟରେ ପଜିଟିଭ୍‌ ସଂଖ୍ୟାଠାରୁ ସୁସ୍ଥ ହୋଇଛନ୍ତି ଅଧିକ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୬ ନୂଆ ପଜଟିଭ୍‌ ଚିହ୍ନଟ ହୋଇଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.