ରାଜ୍ୟ

କିଟରେ ୬୯ତମ ବରିଷ୍ଠ ଜାତୀୟ ଭଲବଲ୍‍ ଚାମ୍ପିଅନସିପ ଉଦଘାଟିତ,ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିଅମ୍‍ରେ ଖେଳାଯିବ ସମସ୍ତ ମ୍ୟାଚ୍

ଭୁବନେଶ୍ୱର(କେନ୍ୟୁଜ୍): କିଟ୍‍ର ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିଅମ୍‍ଠାରେ ୬୯ତମ ବରିଷ୍ଠ ଜାତୀୟ ଭଲିବଲ୍‍ (ପୁରୁଷ ଓ ମହିଳା) ଚାମ୍ପିଅନସିପ ୨୦୨୦-୨୧ ଶୁକ୍ରବାର ଉଦ୍‍ଘାଟିତ ହୋଇଯାଇଛି। ଭାରତୀୟ ଭଲିବଲ୍‍ ସଂଘ (ଭିଏଫଆଇ) ତତ୍ତ୍ୱାବଧାନରେ ୧୧ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଚାମ୍ପିଅନସିପର ଉଦଘାଟନୀ ଉତ୍ସବରେ ଓଡ଼ିଶା କ୍ରୀଡ଼ା ଓ ଯୁବ ବ୍ୟାପାର ଏବଂ ଇଲେକ୍ଟ୍ରୋନିକସ ଓ ସୂଚନା ପ୍ରଯୁକ୍ତି ବିଭାଗ ମନ୍ତ୍ରୀ ତୁଷାରକାନ୍ତି ବେହେରା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ । ତା ସହିତ ଭିଏଫଆଇର ଆଞ୍ଚଳିକ କାର୍ଯ୍ୟକାରୀ ଉପସଭାପତି ଓ ବୋର୍ଡ ଅଫ୍‍ ଆଡମିନିଷ୍ଟ୍ରେସନ୍‍ ସଦସ୍ୟ ତଥା ଭିଏଫଆଇର ମୁଖ୍ୟ ପରିଚାଳନା ଅଧିକାରୀ ରାମାବତାର ସିଂହ ଝାକର, ଭିଏଫ୍‍ଆଇର ମହାସଚିବ ଅନୀଲ ଚୌଧୁରୀ, ଭିଏଫଆଇର ବରିଷ୍ଠ ଉପସଭାପତି ତଥା ନିୟନ୍ତ୍ରଣ କମିଟି ଅଧ୍ୟକ୍ଷ ରଥିନ ରାୟ ଚୌଧୁରୀ, କିଟ୍‍ ଓ କିସ୍‍ ପ୍ରତିଷ୍ଠାତା, କନ୍ଧମାଳ ସାଂସଦ ତଥା ଭିଏଫ୍‍ଆଇର ସଭାପତି ଅଚ୍ୟୁତ ସାମନ୍ତ ଯୋଗ ଦେଇଥିଲେ ।

ଏମାନଙ୍କ ସହ ଆୟୋଜନ କମିଟି ଅଧ୍ୟକ୍ଷା ତଥା କିଟ୍‍ ବିଶ୍ୱବିଦ୍ୟାଳୟ ଉପକୁଳପତି ପ୍ରଫେସର ସସ୍ମିତା ସାମନ୍ତ, କୁଳପତି ପ୍ରଫେସର ହୃଷୀକେଶ ମହାନ୍ତି, ଆୟୋଜନ କମିଟି ସମ୍ପାଦକ ତଥା ଭିଏଫ୍‍ଆଇ ସହଯୋଗୀ ଯୁଗ୍ମ ସମ୍ପାଦକ, ଓଡ଼ିଶା ଭଲିବଲ୍‍ ଆସୋସିଏସନର ସାଧାରଣ ସମ୍ପାଦକ ତଥା କିଟ୍‍ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ନିର୍ଦ୍ଦେଶକ ଡ. ଗଗନେନ୍ଦୁ ଦାଶ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ।

ବିଜୁ ପଟ୍ଟନାୟକ ଜୟନ୍ତୀ ପରିପ୍ରେକ୍ଷୀରେ ଆୟୋଜିତ ଏହି ଚାମ୍ପିଅନ୍‍ସିପରେ ୨୮ଟି ରାଜ୍ୟ ଓ ୮ଟି କେନ୍ଦ୍ର ଶାସିତ ଅଞ୍ଚଳରୁ ୧୨ଶହରୁ ଊର୍ଦ୍ଧ୍ୱ ପୁରୁଷ ଓ ମହିଳା ବର୍ଗର ଖେଳାଳି ଓ ଅଫିସିଆଲ୍‍ଙ୍କ ଉପସ୍ଥିତିରେ ଅତିଥିମାନେ ବିଜୁ ପଟ୍ଟନାୟକଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିବା ପରେ ଉଦ୍‍ଘାଟନୀ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା।

ଭାରତୀୟ ଭଲିବଲ୍‍ ଇତିହାସରେ ଓଡ଼ିଶା ରାଜ୍ୟ ଭାବେ ପ୍ରଥମ ଥର ଲାଗି ଲଗାତାର ଦୁଇଥର ଏହି ଚାମ୍ପିଅନ୍‍ସିପ୍‍ ଆୟୋଜନ କରୁଛି। ଏହା ପୂର୍ବରୁ ୬୮ତମ ଜାତୀୟ ଭଲିବଲ୍‍ (ମହିଳା ଓ ପୁରୁଷ) ଚାମ୍ପିଅନସିପ ମଧ୍ୟ ଗତବର୍ଷ କିଟ୍‍ରେ ଆୟୋଜନ କରାଯାଇଥିଲା। ଏହା ସହିତ ପ୍ରଥମ ଥର ଲାଗି ଚାମ୍ପିଅନସିପର ସମସ୍ତ ମ୍ୟାଚ୍‍ କିଟ୍‍ ବିଶ୍ୱବିଦ୍ୟାଳୟର ବିଜୁ ପଟ୍ଟନାୟକ ଇନଡୋର ଷ୍ଟାଡିଅମ୍‍ କୋର୍ଟରେ ଅନୁଷ୍ଠିତ ହେବ।

ଏଥିରେ ବହୁ ଅର୍ଜୁନ ପୁରସ୍କାର ବିଜେତା ତଥା ଜାତୀୟ ଓ ଆନ୍ତର୍ଜାତିକ ଖେଳାଳି ବିଭିନ୍ନ ପ୍ରଦେଶ ଓ କେନ୍ଦ୍ରଶାସିତ ଅଞ୍ଚଳର ଭଲିବଲ୍‍ ଆସୋସିଏସନ୍‍ ସଭାପତି ଓ ସାଧାରଣ ସମ୍ପାଦକ ଉପସ୍ଥିତ ଥିଲେ। ଏହି ଚାମ୍ପିଅନସିପ ଜରିଆରେ ନିକଟରେ ହେବାକୁ ଥିବା ଏସିଆନ୍‍ ଚାମ୍ପିଅନସିପ ଓ ଅନ୍ୟ ଆନ୍ତର୍ଜାତିକ ମିଟରେ ଯୋଗଦେବା ପାଇଁ ଖେଳାଳି ଚୟନ କରାଯିବ। ସଂପୂର୍ଣ୍ଣ ଚାମ୍ପିଅନସିପ ଓଡ଼ିଶା ସରକାରଙ୍କ କୋଭିଡ୍‍ ନିର୍ଦ୍ଦେଶାବଳୀକୁ ଅନୁସରଣ କରାଯାଇ ଆୟୋଜନ କରାଯାଉଛି। ଆଜି ପୁରୁଷ ବର୍ଗରେ ଓଡ଼ିଶା ଓ ମଧ୍ୟପ୍ରଦେଶ ଏବଂ ମହିଳା ବର୍ଗରେ ଓଡ଼ିଶା ଓ ରାଜସ୍ଥାନ ମଧ୍ୟରେ ଉଦଘାଟନୀ ମ୍ୟାଚ୍‍ ଅନୁଷ୍ଠିତ ହୋଇଥିଲା।

KNews Bureau

Recent Posts

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

18 mins ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

37 mins ago

ଦିଲ୍ଲୀ ସିଏମ୍‌ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିଲା, କମିଲା ସୁଗାର ସ୍ତର

ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍‌ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…

45 mins ago

ସୁରକ୍ଷାରେ ତ୍ରୁଟି ! ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଘରେ ବେଆଇନ ଭାବେ ପଶିଲେ ୪ ଯୁବକ, ଗିରଫ କଲା ପୋଲିସ

ବ୍ରିଟିଶ ପ୍ରଧାନମନ୍ତ୍ରୀ ରିଷି ସୁନକଙ୍କ ଉତ୍ତର ଇଂଲଣ୍ଡସ୍ଥିତ ଘରେ ୪ ଜଣ ଯୁବକ ବେଆଇନ ଭାବେ ପ୍ରବେଶ କରିଛନ୍ତି ।…

1 hour ago

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

2 hours ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

2 hours ago