ଭୁବନେଶ୍ୱର (କେନ୍ୟୁଜ) : ଗୋଟେ ପଟେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାବେଳେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢ଼ୁଛି। ଆଜି ରାଜ୍ୟରେ ସୁସ୍ଥ ହେଲେ ୮୦ ଆକ୍ରାନ୍ତ। ପୁରୀରୁ ସର୍ବାଧିକ ୧୭ ସୁସ୍ଥ ହୋଇଛନ୍ତି। କେନ୍ଦ୍ରାପଡା ଏବଂ ମାଲକାନଗିନିରୁ ୧୬ ସୁସ୍ଥ ହୋଇଥିବାବେଳେ କଟକରୁ ୭ ସୁସ୍ଥ ହୋଇଛନ୍ତି। ସେହିପରି କେନ୍ଦୁଝର ଓ ଝାରସୁଗୁଡାରୁ ୩ ଲେଖାଁଏ ସୁସ୍ଥ ହୋଇଛନ୍ତି। ଏଥିସହିତ ନୟାଗଡ, ସୋନପୁର ଏବଂ ସୁନ୍ଦରଗଡ ୩। ଗଞ୍ଜାମ, କନ୍ଧମାଳ ଏବଂ ଖୋର୍ଦ୍ଧାରୁ ୨ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ମିଳିଛି। ଏଥିସହିତ ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୩୨୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ସେହିପରି ଆଜି ରାଜ୍ଯରେ ଆଉ ୧୪୧ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହାକୁ ମିଶାଇ ରାଜ୍ଯରେ ମୋଟ ଆକ୍ରାନ୍ତଙ୍କ ସଂଖ୍ଯା ୨୨୪୫କୁ ବୃଦ୍ଧି ପାଇଛି । ଏହି ନୂଆ ସଂକ୍ରମିତଙ୍କ ଭିତରୁ ୧୧୦ଜଣ କ୍ବାରେଣ୍ଟାଇନରେ ଥିବାବେଳେ, ୩୧ଜଣ ସ୍ଥାନୀୟ ଅଞ୍ଚଳର ହୋଇଥିବାନେଇ ସ୍ବାସ୍ଥ୍ଯ ଓ ପରିବାର କଲ୍ଯାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହି ୧୪୧ ଆକ୍ରାନ୍ତଙ୍କ ଭିତରୁ ଗଞ୍ଜାମରୁ ୨୭, ଯାଜପୁରରୁ ୧୦, ଖୋର୍ଦ୍ଧାରୁ ୨୬, ବାଲେଶ୍ୱରରୁ ୨, କେନ୍ଦ୍ରାପଡ଼ାରୁ ୧୩, କଟକରୁ ୬, ପୁରୀରୁ ୫, ବଲାଙ୍ଗୀରୁ ୭, ଜଗତସିଂହପୁରରୁ ୪, ନୟାଗଡ଼ରୁ ୧, ସୁନ୍ଦରଗଡ଼ରୁ ୮, ନୂଆପଡ଼ାରୁ ୧୯, ଗଜପତିରୁ ୪, କେନ୍ଦୁଝରରୁ ୪, ମୟୁରଭଞ୍ଜରୁ ୧, ଅନୁଗୁଳରୁ ୧, ଢେଙ୍କାନାଳରୁ ୨ ଓ ସମ୍ବଲପୁରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।