ରାଜ୍ୟରେ ସୁସ୍ଥ ହେଲେ ଆଉ ୯୯ ଜଣ କରୋନା ଆକ୍ରାନ୍ତ , ସୁସ୍ଥ ସଂଖ୍ୟା ୬୪୯କୁ ବୃଦ୍ଧି

ଭୁବନେଶ୍ବର (କେନ୍ୟୁଜ): କରୋନା ଆକ୍ରାନ୍ତଙ୍କୁ ନେଇ ଆସିଲା ଆଶ୍ବସ୍ତି ଖବର । ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାବେଳେ ଏଥିମଧ୍ୟରେ ୯୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ଖବର ମିଳିଛି । ସୁସ୍ଥ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ବର ଜିଲ୍ଲାରୁ ସର୍ବାଧିକ ୩୪ଜଣ ସୁସ୍ଥ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୧୫ଜଣ, କେନ୍ଦ୍ରପଡ଼ା ଓ ଯାଜପୁର ଜିଲ୍ଲାରୁ ୧୩ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।


ଏଥିସହିତ ପୁରୀରୁ ୧୦, ଭଦ୍ରକରୁ ୯, ନୟାଗଡ଼ରୁ ୩ ଏବଂ ସୁନ୍ଦରଗଡ଼ ଓ ଦେବଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଫଳରେ ରାଜ୍ୟରେ କରୋନାରେ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା ୬୪୯କୁ ବୃଦ୍ଧି ପାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୭୮୨ଟି ଆକ୍ଟିଭ୍‌ କେସ୍‌ ରହିଛି ଏବଂ ୬୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୭ ଜଣଙ୍କର ମୃତ୍ୟୁ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.