Below header

ଘରଠୁ ମାତ୍ର ଶହେ ମିଟର ଦୂର ଆମ୍ବତୋଟାରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ମୟୁରଭଞ୍ଜ: ଆମ୍ବତୋଟାରୁ ୟୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର। ମୟୁରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ପେଡାଗଡ଼ି ଗାଁ ଆମ୍ବତୋଟାରୁ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ ବ୍ରଜକିଶୋର ବିନ୍ଧାଣୀ। ଆଜି ସକାଳେ ଗାଁଲୋକେ ବ୍ରଜକିଶୋରଙ୍କ ଝୁଲନ୍ତା ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ। କପ୍ତିପଦା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଏକ ମାମଲା ରୁଜୁ କରି ତଦନ୍ତ କରୁଛି। ତେବେ ମୃତଦେହ ଉଦ୍ଧାର ହୋଇଥିବା ସ୍ଥାନରୁ ବ୍ରଜକିଶୋରଙ୍କ ଘର ମାତ୍ର ଶହେ ମିଟର ଦୂର। ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବାବେଳେ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ତଦନ୍ତ ପରେ ପ୍ରକୃତ କାରଣ ଜଣାପଡିବ ବୋଲି ପୋଲିସ ସୂଚନା ଦେଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.