ରାଜ୍ୟ

ବଲାଙ୍ଗିରରେ ମୋତିଲାଲ୍‌ ଓସୱାଲ କିସ୍‌ ଆବାସିକ ବିଦ୍ୟାଳୟକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ୧୫ଶହ ଛାତ୍ରଛାତ୍ରୀ ରହି ପାଠ ପଢିବା ପାଇଁ ହୋଇଛି ବ୍ୟବସ୍ଥା

ବଲାଙ୍ଗିର: ବଲାଙ୍ଗିରରେ ଉଦ୍‌ଘାଟିତ ହେଲା କିସ୍‌ର ଆଉ ଏକ ଶାଖା । ମୋତିଲାଲ୍‌ ଓସ୍ୱାଲ କିସ୍‌ ଆବାସିକ ବିଦ୍ୟାଳୟକୁ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କାର୍ଯ୍ୟକ୍ରମରେ ମୋତିଲାଲ୍‌ ଓସୱାଲ ଫାଉଣ୍ଡେସନର ଚେୟାରପର୍ସନ ସୁନୀତା ଅଗ୍ରଓ୍ଵାଲ, ମୋତିଲାଲ ଓସ୍ୱାଲ ଫାଇନାନସିଆଲ ସର୍ଭିସେସ୍‌ ଗ୍ରୁପର ପରିଚାଳନା ନିର୍ଦ୍ଦେଶକ ଓ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ମୋତିଲାଲ୍‌ ଓସ୍ୱାଲ, ବଲାଙ୍ଗିର ସାଂସଦ ସଙ୍ଗୀତା ସିଂହଦେଓ, ବିଧାୟକ ନରସିଂହ ମିଶ୍ର ଏବଂ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ପ୍ରମୁଖ ଯୋଗ ଦେଇଛନ୍ତି।

୨୦ ଏକର ପରିମିତ ଜମି ଉପରେ ପ୍ରତିଷ୍ଠା ହୋଇଛି ମୋତିଲାଲ୍‌ ଓସ୍‌ୱଲ କିସ୍‌ ଆବାସିକ ବିଦ୍ୟାଳୟ । ବଲାଙ୍ଗିର ଜିଲ୍ଲା ଛାତ୍ରଛାତ୍ରୀଙ୍କୁ ଉତ୍ତମ ଶୈକ୍ଷିକ ପରିବେଶ ଜରିଆରେ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ନିମନ୍ତେ ଉଦ୍ୟମ କରାଯାଇଛି । ଗରିବ ଓ ଅବହେଳିତ ଜନଜାତିର ଛାତ୍ରଛାତ୍ରୀଙ୍କୁ ଶିକ୍ଷାଦାନ କରାଯିବ । ୧୫ଶହ ଛାତ୍ରଛାତ୍ରୀ ରହି ପାଠ ପଢିବା ପାଇଁ ବ୍ୟବସ୍ଥା ହୋଇଛି । ଛାତ୍ରଛାତ୍ରୀଙ୍କ ରହିବା ନିମନ୍ତେ ଛାତ୍ର ଓ ଛାତ୍ରୀ ନିବାସ ସହ ଶିକ୍ଷକ-କର୍ମଚାରୀଙ୍କ ରହିବା ଲାଗି ଆବାସ ନିର୍ମାଣ ହୋଇଛି ।

ମୋତିଲାଲ୍‌ ୱସସ୍ୱାଲ କିସ୍‌ରେ ଛାତ୍ରଛାତ୍ରୀଙ୍କ କ୍ରୀଡ଼ାର ବିକାଶ ପାଇଁ ପର୍ଯ୍ୟପ୍ତ ସୁବିଧା ରହିଛି । ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି । ବଣପାହାଡ଼ ଘେରା ଆଦିବାସୀ ଅଧ୍ୟୁଷିତ ଜିଲ୍ଲାରେ କିସ୍‌ କ୍ୟାମ୍ପସ ଦେଖି ଆତ୍ମବିଭୋର ହୋଇ ପଡିଛନ୍ତି ଆଦିବାସୀମାନେ । ପ୍ରତିଷ୍ଠାତା ଡ.ଅଚ୍ୟୁତ ସାମନ୍ତଙ୍କୁ ଧନ୍ୟବାଦ ଦେଇଛନ୍ତି ।

KNews Bureau

Recent Posts

ଆଜିର ରାଶିଫଳ : ଜାଣନ୍ତୁ ଆଜି କେଉଁ ରାଶିର ଲୋକଙ୍କ ପାଇଁ କିପରି କଟିବ ଦିନ

ମେଷ: ଲାଭ ବଢ଼ିବ ଏବଂ ଆୟରେ ବୃଦ୍ଧି ଘଟିବ । କୌଣସି ନୂଆ ଆଇଡିଆ ଆପଣଙ୍କୁ ଆଗକୁ ନେବାରେ ସହାୟକ…

1 hour ago

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁ, କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି ରାଜ୍ୟ ରାଜପଥ ଅବରୋଧ

ଆଳି : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଦିନ ମଜୁରିଆଙ୍କ ମୃତ୍ୟୁ ଘଟିଛି । କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି…

3 hours ago

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଲା ଗ୍ୟାସ ଟାଙ୍କି, ଜଳିଗଲା ଘର

ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଗଲା ଗ୍ୟାସ ଟାଙ୍କି ଜଳିଗଲା ଘର । ବାରିପଦା ସଦର ଥାନା ଅନ୍ତର୍ଗତ…

4 hours ago

ଘୋଷଣା ହେଲା ମନ୍ତ୍ରୀଙ୍କ ବିଭାଗ ବଣ୍ଟନ, ମୁଖ୍ୟମନ୍ତ୍ରୀଙ୍କ ହାତରେ ଗୃହ, ସୂର୍ଯ୍ୟବଂଶୀଙ୍କୁ ଉଚ୍ଚଶିକ୍ଷା

କେନ୍ୟୁଜ (ବ୍ୟୁରୋ) : ଆଜି ମୋହନ ମାଝୀଙ୍କ ସରକାରରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ନିଜ ପାଖରେ…

5 hours ago

ମୃତ ଝିଅର ନ୍ୟାୟ ପାଇଁ ଥାନା ବାରଣ୍ଡାରେ ନେହୁରା ହେଉଛି ମା

ସୋର: ଥାନା ସମ୍ମୁଖରେ ହୋହାଲ୍ଲା ପାଟିତୁଣ୍ଡ । କମ୍ପୁଛି ସ୍‌ଥାନୀୟ ଅଞ୍ଚଳ । ଆପଣ ଭାବୁଥିବେ ଥାନା ସମ୍ମୁଖରେ ଏତେ…

5 hours ago

ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ

ପୁରୀ : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ । ଆହତ ଜେଟିପି ହେଉଛନ୍ତି ଲଷ୍ମୀଧର ଉପାଧ୍ୟାୟ…

6 hours ago