ରାଜ୍ୟ

ACFଙ୍କ ମୃତ୍ୟୁକୁ ନେଇ ବଢ଼ୁଛି ସସ୍‌ପେନ୍‌ସ: ବାପା ଅଭିମନ୍ୟୁ ଇ-ମେଲରେ ପଠାଇଲେ ଏତଲା, ୩ ଜଣଙ୍କ ନାଁରେ ମାମଲା ରୁଜୁ

ଗଜପତି(କେନ୍ଯୁଜ୍): ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାରେ ତିନି ଜଣଙ୍କ ନାଁରେ ମାମଲା ରୁଜୁ। ସୌମ୍ୟରଞ୍ଜନଙ୍କ ବାପା ଅଭିମନ୍ୟୁ ମହାପାତ୍ରଙ୍କ ଇ-ମେଲରେ ପଠାଯାଇଥିବା ଏତଲାକୁ ଗ୍ରହଣ କରିଛି ପାରଳାଖେମୁଣ୍ଡି ପୋଲିସ । ସୌମ୍ୟରଞ୍ଜନଙ୍କ ସ୍ତ୍ରୀ ବିଦ୍ୟାଭାରତୀ ପଣ୍ଡା, ରୋଷେୟା ମନ୍ମଥ କୁମ୍ଭ ଏବଂ ଗଜପତି ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କ ବିରୋଧରେ ମାମଲା ରୁଜୁ ହୋଇଛି ।

ଆଇପିସି ଧାରା ୩୦୨ ହତ୍ୟା ଏବଂ ୧୨୦ବି ହତ୍ୟା ପାଇଁ ଷଡ଼ଯନ୍ତ୍ରରେ ମାମଲା ରୁଜୁ କରିଛି ପୋଲିସ । ଘଟଣାକୁ ଗୁରୁତ୍ୱ ଦେଇ ସାଇଣ୍ଟିଫିକ ଟିମ ମଗାଇଛି ପୋଲିସ । ଟିମ ସୌମ୍ୟଙ୍କ ବାସଭବନରେ ପହଞ୍ଚି ତଦନ୍ତ କରିବା ସହ ନମୂନା ସଂଗ୍ରହ କରିବ । ସେହିପରି ମୃତଦେହ ବ୍ୟବଚ୍ଛେଦ ରିପୋର୍ଟକୁ ମଧ୍ୟ କଟକରୁ ମଗାଯାଇଛି। ତଦନ୍ତ ଭାର ପାରଳାଖେମୁଣ୍ଡି ଥାନା ଅଧିକାରୀ ବିବେକାନନ୍ଦ ସ୍ୱାଇଁଙ୍କୁ ଦିଆଯାଇଛି।

ଗତ ସୋମବାର ରାତି ୯ଟାରେ ପାରଳାଖେମୁଣ୍ଡି ସ୍ଥିତ ଘରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ସୌମ୍ୟରଂଜନଙ୍କୁ ଉଦ୍ଧାର କରାଯାଇଥିଲା । ତାଙ୍କ ଶରୀରର ପ୍ରାୟ ୮୦ ପ୍ରତିଶତ ପୋଡ଼ିଯାଇଥିଲା । ପରେ କଟକର ଏକ ଘରୋଇ ହସପିଟାଲରେ ତାଙ୍କର ମୃତ୍ୟୁ ହୋଇଥିଲା ।

Sonalisa

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

6 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

8 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

9 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

9 hours ago