ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ : ୩ରୁ ବଢ଼ିବ ବର୍ଷାର ବିସ୍ତୃତି

ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷା । ୩ ତାରିଖରୁ ବଦଳିବ ପାଗ । ଆଜି କିଛି ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବ ।

ଭୁବନେଶ୍ୱର (କେନ୍ୟୁଜ): ଗତ କିଛି ଦିନ ହେବ ସାରା ରାଜ୍ୟରେ ମୌସୁମୀ ଦୁର୍ବଳ ରହିଛି । ଫଲରେ ବର୍ଷା ପରିମାଣ କମିଛି । ଗୁଳିଗୁଳି ସାଙ୍ଗକୁ ଗରମ ମଧ୍ୟ ଅନୁଭୂତ ହେଲାଣି । ଏହି ସମୟରେ ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୩ ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାରୁ ଏହି ବର୍ଷା ହେବ ବୋଲି ଆଶଙ୍କା ରହିଛି । ଭୁବନେଶ୍ୱର ସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛି ।

ଆସନ୍ତାକାଲି ବିଜୁଳି ଘଡ଼ଘଡ଼ି ସହ ଅନେକ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ଏଥିରୁ ୮ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩ ତାରିଖରୁ ବଢ଼ିବ ବର୍ଷା ବିସ୍ତୃତି । ୪ ତାରିଖରେ ବର୍ଷାର ପରିମାଣ ଅଧିକ ରହିବ । ୩ ତାରିଖ ପାଇଁ ୧୫ ଜିଲ୍ଲା ଓ ୪ ତାରିଖ ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଦୁର୍ବଳ ମୌସୁମୀ ଯୋଗୁ ରାଜ୍ୟରେ ବର୍ଷା କମିଛି । ବଢ଼ିଛି ତାତି ଓ ଗୁଳୁଗୁଳି । ମୌସୁମୀ ଋତୁରେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୪ ପ୍ରତିଶତ କମ୍ ବର୍ଷା ହୋଇଛି । ୧୧ ଜିଲ୍ଲାରେ ସ୍ବଳ୍ପ ବୃଷ୍ଟିପାତ ଓ ୧୮ ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି । କେବଳ ଗୋଟିଏ ଜିଲ୍ଲା ବୌଦ୍ଧରେ ଅଧିକ ବର୍ଷା ହୋଇଥିବା ଜଣାଯାଇଛି । ଘୂର୍ଣ୍ଣିବଳୟ ଅଭାବୀ ବର୍ଷାକୁ ଭରଣା କରିପାରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.