ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୱାର୍ଡ ମେମ୍ବରଙ୍କୁ ମରଣାନ୍ତକ ଆକ୍ରମଣ, ମୁଣ୍ଡ ଏବଂ ହାତରେ ଲାଗିଛି ଗଭୀର ଆଘାତ

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା କନିକାପଡ଼ା ପଂଚାୟତରେ । ଆକ୍ରମଣରେ ୱାର୍ଡ ମେମ୍ବର ନରେଶ ରାଉତ ଆହତ ହୋଇଛନ୍ତି । ଅଗ୍ନି ଉତ୍ସବରୁ ଫେରୁଥିବା ବେଳେ ଆକ୍ରମଣ ହୋଇଥିବା ସୂଚନା ମିଳିଛି ।

ଯାଜପୁର (କେନ୍ୟୁଜ): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ । ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା କନିକାପଡ଼ା ପଂଚାୟତରେ । ଆକ୍ରମଣରେ ୱାର୍ଡ ମେମ୍ବର ନରେଶ ରାଉତ ଆହତ ହୋଇଛନ୍ତି । ଅଗ୍ନି ଉତ୍ସବରୁ ଫେରୁଥିବା ବେଳେ ଆକ୍ରମଣ ହୋଇଥିବା ସୂଚନା ମିଳିଛି ।

ସୂଚନା ମୁତାବକ ଦଶରଥପୁର ବ୍ଲକ କନିକାପଡ଼ା ପଂଚାୟତରେ ନରେଶ ଅଗ୍ନି ଉତ୍ସବରୁ ଫେରୁଥିବା ସମୟରେ ଗାଁର ରବି ସେଠୀ ଏକ ଧାରୁଆ ଅସ୍ତ୍ର ସାହାଯ୍ୟରେ ଅତର୍କିତ ଭାବେ ଆକ୍ରମଣ କରିଥିଲେ। ଆକ୍ରମଣରେ ମୁଣ୍ଡ, ପିଠି ଏବଂ ହାତରେ ଗଭୀର ଆଘାତ ଲାଗିଥିବା ବେଳେ ଘଟଣାସ୍ଥଳ ରେ ରକ୍ତସ୍ରାବ ହୋଇଥିଲା । ସ୍ଥାନୀୟ ଲୋକେ ପ୍ରଥମେ ମଙ୍ଗଳପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଯାଜପୁର ମୁଖ୍ୟ ଚିକିତ୍ସଳୟ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ସ୍ଥାନାନ୍ତରିତ କରାଯାଇଛି। ଅନ୍ୟପଟେ ଆକ୍ରମଣକାରୀ ଫେରାର ହୋଇଥିବା ବେଳେ ମଙ୍ଗଳପୁର ପୋଲିସ ର ଘଟଣାର ତଦନ୍ତ ଆରମ୍ଭ କରିଛି।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.