Categories: ରାଜ୍ୟ

ବଲାଙ୍ଗିର ଚିତ୍‌କାମାଲ ଗାଁରେ ଡବଲ ମର୍ଡର, ଗୁଣିଗାରେଡି ସନ୍ଦେହରେ ହତ୍ୟା କରାଯାଇଥିବା ଅଭିଯୋଗ

ବଲାଙ୍ଗିର(କେନ୍ୟୁଜ୍): ଡବଲ ମର୍ଡର ଅଭିଯୋଗ । ଲରମ୍ଭା ଥାନା ଚିତ୍‌କାମାଲ ଗାଁ ନିକଟ ଜଙ୍ଗଲରୁ ସ୍ୱାମୀସ୍ତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି। ଗୁଣିଗାରେଡି ସନ୍ଦେହରେ ସେମାନଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକମାନେ ରୁକ୍ମିଣୀ ବରିହା ଓ ତାଙ୍କ ସ୍ୱାମୀ ଚିନ୍ତାମଣି ବରିହା ବୋଲି ଚିହ୍ନଟ ହୋଇଛନ୍ତି । ଦେଢମାସ ତଳେ ଚିନ୍ତାମଣି ଗାଁ ଶ୍ମଶାନରେ ଗୁଣିଗାରୁଡି କରୁଥିବା ନେଇ ଗାଁ ଲୋକେ ଅଭିଯୋଗ କରିଥିଲେ। ପରେ ଏହି ମାମଲା ଲରମ୍ଭା ଥାନାରେ ପହଞ୍ଚିଥିଲା। ଆଜି ଚିନ୍ତାମଣି ଓ ରୁକ୍ମିଣୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

 

KNews Bureau

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

9 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

12 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

18 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

27 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

27 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

45 mins ago