Below header

ବାତ୍ୟା ଅମ୍ଫନ କ୍ଷୟକ୍ଷତିର ଆକଳନ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ୫ ଜଣିଆ କେନ୍ଦ୍ରୀୟ ଟିମ୍‌

କେନ୍ୟୁଜ୍ (ବ୍ୟୁରୋ): ବାତ୍ୟା ଅମ୍ଫନ କ୍ଷୟକ୍ଷତିର ଆକଳନ ପାଇଁ ଓଡ଼ିଶାରେ କେନ୍ଦ୍ରୀୟ ଟିମ୍‌ । ୫ ଜଣିଆ ଆନ୍ତଃ ମନ୍ତ୍ରୀସ୍ତରୀୟ କେନ୍ଦ୍ରୀୟ ଟିମ୍‌ ଭୁବନେଶ୍ୱରରେ ପହଞ୍ଚିଛନ୍ତି । ସ୍ୱତନ୍ତ୍ର ବିମାନ ଯୋଗେ କେନ୍ଦ୍ର ସ୍ୱରାଷ୍ଟ୍ର ବିଭାଗ ଯୁଗ୍ମ ସଚିବ ଶ୍ରୀପ୍ରକାଶଙ୍କ ନେତୃତ୍ୱରେ ଟିମ ପହଞ୍ଚିଛନ୍ତି। ପୂର୍ବରୁ ରାସ୍ତା ଓ ଗମନାଗମନ ଏବଂ ଜଳସେଚନ ବିଭାଗର ୨ଜଣ ଅଧିକାରୀ ଓଡ଼ିଶାରେ ରହିଛନ୍ତି। ଏମାନେ ୨ଟି ଟିମରେ ଭାଗ ହୋଇ ଆସନ୍ତାକାଲି ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିବେ।

ଅମ୍ଫନ ଯୋଗୁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ଆକାଶମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଥିଲେ । ଏହା ପରେ ୫୦୦ କୋଟି ଟଙ୍କାର ପ୍ୟାକେଜ୍‌ ଘୋଷଣା କରିଥିଲେ ପ୍ରଧାନମନ୍ତ୍ରୀ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.