ରାଜ୍ୟ

ଗର୍ବିତ କଲେ ଓଡ଼ିଶା ଝିଅ, ପିଏମ୍ ୟୁବା ୨.୦ ପାଇଁ ମନୋନୀତ ହେଲେ ଯୁବ ଗାଳ୍ପିକା ରୋଜାଲୀନ ମହାନ୍ତି

ପି.ଏମ୍. ୟୁବା ମେଣ୍ଟରସିପ୍- ୨.୦ ଯୋଜନାରେ ମନୋନୀତ ହୋଇଛନ୍ତି ଉଦୀୟମାନ ଯୁବଲେଖିକା ରୋଜାଲୀନ ମହାନ୍ତି । ଏହି ଯୋଜନାରେ ଶ୍ରୀମତୀ ମହାନ୍ତି ମାସିକ ୫୦ ହଜାର ଟଙ୍କା ଲେଖାଏଁ ୬ ମାସ ସର୍ବମୋଟ ତିନିଲକ୍ଷ ଟଙ୍କା ପାଇବେ । ଏଥିସହ ତାଙ୍କର ପାଣ୍ଡୁଲିପିଟି ନ୍ୟାସନାଲ୍ ବୁକ୍ ଟ୍ରଷ୍ଟ ଦ୍ୱାରା ପୁସ୍ତକ ଆକାରରେ ପ୍ରକାଶ ପାଇବ ଏବଂ ଅନ୍ୟାନ୍ୟ ଭାରତୀୟ ଭାଷାରେ ଅନୁବାଦିତ ହେବ । ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଓ ନ୍ୟାସନାଲ୍ ବୁକ୍ ଟ୍ରଷ୍ଟ ପକ୍ଷରୁ ୩୦ ବର୍ଷ ବୟସ ଭିତରେ ଥିବା ଯୁବଲେଖକଙ୍କ ଠାରୁ ପାଣ୍ଡୁଲିପି ଆହ୍ୱାନ କରାଯାଇଥିଲା ।

‘ଗଣତନ୍ତ୍ର’ ବିଷୟକୁ ନେଇ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଉପରେ ଲିଖିତ ଶ୍ରୀମତୀ ମହାନ୍ତିଙ୍କ ପାଣ୍ଡୁଲିପିଟି ଏଥିପାଇଁ ମନୋନୀତ ହୋଇଛି । ଜଗତସିଂହପୁର ଜିଲ୍ଲା ବାଲିକୁଦା ବ୍ଲକ ଅନ୍ତର୍ଗତ ସିଦ୍ଧପୋଖରୀ ଗ୍ରାମର କୁମରବର ମହାନ୍ତି ଓ ସ୍ଵର୍ଗତ ସୁଧାଂଶୁବାଳା ମହାନ୍ତିଙ୍କ ସୁକନ୍ୟା ରୋଜାଲୀନ ଗଳ୍ପ, କବିତା ରଚନା ସହ ଆକାଶବାଣୀ ଓ ଦୂରଦର୍ଶନ ଉପସ୍ଥାପିକା ଭାବେ ମଧ୍ୟ କାର୍ଯ୍ୟ କରିସାରିଛନ୍ତି । ସାମ୍ବାଦିକତାରେ ସ୍ନାତକତ୍ତୋର କରିଥିବା ରୋଜାଲୀନ ପୂର୍ବରୁ “ସମ୍ବାଦ” ଖବରକାଗଜରେ ମଧ୍ୟ କାମ କରୁଥିଲେ ।

ସାହିତ୍ୟ ସାଧନା ପାଇଁ ସେ କଥା ନବପ୍ରତିଭା ପୁରସ୍କାର, କାଦମ୍ବିନୀ ନବଉନ୍ମେଷ ପୁରସ୍କାର ପାଇବା ସହ ବିଭିନ୍ନ ସାହିତ୍ୟ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିସାରିଛନ୍ତି । ସମ୍ପ୍ରତି ଭୁବନେଶ୍ୱରରେ ଅବସ୍ଥାନ କରୁଥିବା ବେଳେ ସେ ମୟୁରଭଞ୍ଜର କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାରପ୍ରାପ୍ତ ଗାଳ୍ପିକ ଡା. ଦିଲ୍ଲୀପ ବେହେରାଙ୍କୁ ବିବାହ କରିଛନ୍ତି । ଦେଶର ବିଭିନ୍ନ ଭାଷାରୁ ମନୋନୀତ ମୋଟ ୪୪ ଜଣ ଲେଖକଙ୍କ ମଧ୍ୟରେ ଶ୍ରୀମତୀ ମହାନ୍ତି ଏକମାତ୍ର ଓଡ଼ିଆ ଲେଖକ ହିସାବରେ ନିର୍ବାଚିତ ହେଇଛନ୍ତି । ଯାହା ଆମ ଓଡିଶା ବାସୀଙ୍କ ପାଇଁ ଖୁବ ଗୌରବର କଥା ।

 

KNews Bureau

Recent Posts

ଆଜିର ରାଶିଫଳ : ଏହି ରାଶିର ଲୋକେ ଆଜି ବାହାରକୁ ଯାତ୍ରା କରିବେ ଏବଂ ପରିବାର ସହ ଖୁସିର ସମୟ କାଟିବେ

ମେଷ : ଏହି ରାଶିର ବ୍ୟକ୍ତିମାନେ କର୍ମକ୍ଷେତ୍ରରେ ଆଗକୁ ଯିବେ, ଏହା ସହ ସମ୍ମାନ ମିଳିବା ସହିତ ଆପଣ ଏକ…

9 mins ago

ଚାଇଲ୍ଡ ଲାଇନ କର୍ମଚାଚାରୀଙ୍କ ଉପରେ ଆକ୍ରମଣ ଅଭିଯୋଗ

 ଯାଜପୁର ଟାଉନ : ରେସ୍ତୁରାଣ୍ଟରେ ଶିଶୁ ଶ୍ରମିକ କାମ କରୁଥିବା ଖବର ପାଇ ଚଢ଼ାଉ କରିବାକୁ ଯାଇଥିବା ଚାଇଲ୍ଡ ଲାଇନ…

1 hour ago

ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ

 ଭୁବନେଶ୍ବର : ଆସନ୍ତାକାଲି ବିଜେଡିର ରାଜ୍ୟସଭା ସାଂସଦଙ୍କ ସହ ଆଲୋଚନା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ…

2 hours ago

ତୁଟିଲା ବିବାଦ, ଆଜି ବାରିପଦା ବସଷ୍ଟାଣ୍ଡରୁ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ

ମୟୁରଭଞ୍ଜ : ତୁଟିଲା ବିବାଦ ।  ମୟୁରଭଞ୍ଜ ଜିଲ୍ଲାରେ ସ୍ବାଭାବିକ ହେଲା ବସ୍ ଚଳା ଚଳ । ୩ ଦିନ…

2 hours ago

ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ

କେନ୍ଦୁଝର : ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ଆଉ ୫୦ କୋଟିର ଅନୁଦାନ। କେନ୍ଦୁଝର ଜିଲ୍ଲାକୁ ଦୁଇ ଦିନିଆ…

3 hours ago

ଅଜଣା ରୋଗରେ ଆକ୍ରାନ୍ତ ହୋଇ ବିଛଣାରେ ପଡ଼ି ରହିଛି ୩୫ ବର୍ଷୀୟ ପୁଅ

ବାଲେଶ୍ବର: ଆଶା କରିଥିଲୁ ବୁଢ଼ା କାଳେ ଆମ ପୁଅ ଆମ ସାହାରା ପାଲଟିବ । ଆମେ ଜମି ବାଡ଼ି ବିକ୍ରି…

4 hours ago