୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୨୩ରେ ନେବ ବାତ୍ୟାର ରୂପ !

ବାତ୍ୟା ଆଶଂକା ସତ ହେବ ।  ବାତ୍ୟାକୁ ଆସିଲା ବଡ଼ ଖବର ।  ସୃଷ୍ଟି ହେବାକୁ ଥିବା ଲଘୁଚାପ କ୍ଷେତ୍ର ବାତ୍ୟାର ରୂପ ନେବ । ସ୍ପଷ୍ଟ କଲା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।  ଗତକାଲି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ।  ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ଉତ୍ତର ଆଣ୍ଡାମାନ ସମୁଦ୍ର ଉପରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର ।

ଏହା କ୍ରମେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୨ ତାରିଖ ସକାଳ ସୁଦ୍ଧା ଅବପାତର ରୂପ ନେବ ।  ୨୩ ତାରିଖରେ ବାତ୍ୟାର ରୂପ ନେବ। ଉତ୍ତର କେନ୍ଦ୍ରୀୟ ବଙ୍ଗୋପସାଗ ଉପରେ ବାତ୍ୟା ସୃଷ୍ଟି ହେବ ।  ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବ ।  ୨୪ ତାରିଖ ସକାଳେ ଏହା ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ପହଞ୍ଚିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବାତ୍ୟାକୁ ନେଇ ଆଗୁଆ ସତର୍କ କରାଇଛନ୍ତି ଏସଆରସି । ସମୁଦ୍ରରେ ଥିବା ମତ୍ସ୍ୟଜୀବୀ ୨୧ତାରିଖ ସୁଦ୍ଧା ଉପକୂଳକୁ ଫେରିବା ଆସିବାକୁ କୁହାଯାଇଥିବାବେଳେ ସମୁଦ୍ର ଅଶାନ୍ତ ଥିବାରୁ ୨୨ ତାରିଖରୁ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।