ଚାଷ କରିବାକୁ ଯିବାବେଳେ ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ

କଳାହାଣ୍ଡି(କେନ୍ୟୁଜ୍‌): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ବେଡାଗାଁ ପଞ୍ଚାୟତର ମଇଶିପେଟା ଗ୍ରାମରେ ହାତୀ ଆକ୍ରମଣରେ ଜୈନିକ ବୃଦ୍ଧଙ୍କ ମୃତ୍ୟୁ ଘଟିଛି । ମୃତ ବ୍ୟକ୍ତି ସାନ ମାଝୀଙ୍କ ବୟସ ୬୦ ବର୍ଷ ହୋଇଥିବା ବେଳେ ଚାଷ ଜମିକୁ ଯାଇଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା ।

ଏହି ଖବର ପାଇ ଗାଁ ଲୋକେ ବିଶ୍ୱନାଥପୁର ବନବିଭାଗକୁ ଜଣାଇବାପରେ ଖବର ପାଇ ବନବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ବିଶ୍ୱନାଥପୁର ପୋଲିସକୁ ଖବର କରିଥିଲେ । ପରେ ବିଶ୍ୱନାଥପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ବେଳେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.