ଆଜମେରର ଏକ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ, ୪ ମୃତ

ଆଜମେରର ଏକ ହୋଟେଲରେ ଭୟାବହ ଅଗ୍ନିକାଣ୍ଡ। ଆଜମେରର ଦିଗି ଅଞ୍ଚଳରେ ଥିବା ହୋଟେଲ ନାଜରେ ଅଗ୍ନିକାଣ୍ଡ ଯୋଗୁଁ ୪ ଜଣଙ୍କ ମୃତ୍ୟୁ ହୋଇଛି। ଆଉ ୪ ଜଣଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଜଣେ ବ୍ୟକ୍ତି ଅଗ୍ନିକାଣ୍ଡରୁ ବର୍ତ୍ତିବାକୁ ଝରକା ବାଟେ ଡେଇଁ ପଡିବାରୁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଆଜି ଭୋରରୁ ଏହି ଅଗ୍ନିକାଣ୍ଡ ହୋଇଥିଲା। ଅଗ୍ନିକାଣ୍ଡର କାରଣ ସମ୍ପର୍କରେ ଜଣାପଡିନଥିଲେ ବି ସର୍ଟସର୍କିଟ ଯୋଗୁଁ ଏହି ଅଗ୍ନିକାଣ୍ଡ ହୋଇଥିବା ଜଣାପଡିଛି। ଅଗ୍ନିକାଣ୍ଡ ଖବର ପାଇ ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାକ କାର୍ଯ୍ୟ ଆରମ୍ଭ କରିଥିଲା। ହୋଟେଲ ଅଗ୍ନିକାଣ୍ଡ ଘଟଣାର ଉଚ୍ଚସ୍ତରୀୟ ଯାଞ୍ଚ ପାଇଁ ନିର୍ଦ୍ଦେଶ ଦିଆଯାଇଛି।