ଯାଜପୁର ରୋଡ: ପାରିବାରିକ କଳହରୁ ଘଟିଛି ହିଂସାକାଣ୍ଡ। ନିଜ ମାନସିକ ବିକାରଗସ୍ତ ପୁଅକୁ ନିସ୍ତୁକ ପିଟୁଛି ନୃଶଂସ ମା । ଯାହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଘଟାଣାଟି ଘଟିଛି ଯାଜପୁର ରୋଡ ଥାନା ଅନ୍ତର୍ଗତ ନୂଆଗାଁ ଅଞ୍ଚଳରେ। ଗାଁର ନରେନ୍ଦ୍ର ସାହୁ ନାମକ ଜଣେ ମାନସିକ ରୋଗୀର ଦୌରାତ୍ମ୍ୟ ସହିନପାରି ତାଙ୍କ ବାପା, ମା ଓ ଭାଇ ମିଶି ନରେନ୍ଦ୍ରଙ୍କୁ ନିସ୍ତୁକ ମାଡ ମାରିଥିଲେ। ପରେ ଦାନଗଦୀ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ । ଆଜି ସକାଳୁ ଘର ଅଗଣାରୁ କ୍ଷତାକ୍ତ ଅବସ୍ଥାରେ ନରେନ୍ଦ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତଦେହ ନିକଟରୁ ପୋଲିସ ରକ୍ତଭିଜା ଇଟା ଓ କୀଟ ନାଶକ ଔଷଧ ଉଦ୍ଧାର କରିଛି । ଏହା ହତ୍ୟା ନା ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇନାହିଁ । ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି । ସେପଟେ ସନ୍ଦେହରେ ନରେନ୍ଦ୍ରର ମା, ବାପା, ଭାଇଙ୍କୁ ଥାନାରେ ଅଟକ ରଖିଛି ପୋଲିସ ।
ଭୁବନେଶ୍ୱର (କେନ୍ୟୁଜ): ପୁଣି ଜଳିଲା ସାରା ଓଡ଼ିଶା । ଦିନ ୧୧ଟା ସୁଦ୍ଧା ୪୨.୮ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ…
ଆମିର ଖାନଙ୍କ ଫିଲ୍ମ ‘ଦଙ୍ଗଲ’ରେ ଗୀତ ଫୋଗାଟଙ୍କ ପିଲାବେଳେର ଭୂମିକାରେ ନଜର ଆସିଥିବା ଜାୟରା ଓ୍ଵାସିମଙ୍କ ପିତାଙ୍କ ପରଲୋକ ।…
ଭୁବନେଶ୍ୱର (କେନ୍ୟୁଜ): ସିଏମଓରେ କାର୍ଯ୍ୟରତ ଅଫିସରଙ୍କ ବିରୋଧରେ ନିର୍ବାଚନ କମିଶନଙ୍କ କାର୍ଯ୍ୟାନୁଷ୍ଠାନ ଦୁର୍ଭାଗ୍ୟଜନକ । ଓଡ଼ିଶାରେ ଯଦି ନକ୍ସଲବାଦ କମିଛି…
ଦୁନିଆର ସବୁଠାରୁ ଉଚ୍ଚ ବିଲିଡିଂ ତଥା ଦୁବାଇରେ ଥିବା ବୁର୍ଜ ଖଲିଫାରେ ଝଲସିଲା ଆଇପିଏଲ ୨୦୨୪ ଟ୍ରଫି । ବୁର୍ଜ…
Motorola Moto G85 ଖୁବ୍ ଶୀଘ୍ର ଭାରତରେ ଲଞ୍ଚ ହେବାକୁ ଯାଉଛି ଏବଂ ସ୍ମାର୍ଟଫୋନର ରେଣ୍ଡରଗୁଡିକ ସାମ୍ନାକୁ ଆସିଛି ।…
ଭୁବନେଶ୍ବର (କେନ୍ୟୁଜ): ଭୁବନେଶ୍ବରରୁ ସିଧାସଳଖ କୁଆଲାଲମ୍ପୁରକୁ ଉଡ଼ିଲା ବିମାନ। ଗତକାଲି ରାତିରୁ ବିମାନ ସେବା ଆରମ୍ଭ ହୋଇଛି । ଏୟାର…