ରାଜ୍ୟ

ଭୁବନେଶ୍ୱର ବିମାନବନ୍ଦରଠାରୁ କଟକ ତ୍ରିଶୂଳିଆ ପର୍ଯ୍ୟନ୍ତ ଚାଲିବ ମେଟ୍ରୋ ଟ୍ରେନ, ଜାନୁଆରୀ ୧ରେ ସ୍ଥାପନା ହେବ ଭିତ୍ତି ପ୍ରସ୍ତର

୨୦୨୪ ମସିହାରେ କଟକ-ଭୁବନେଶ୍ୱର ଦ୍ୱୈତ ନଗରୀ ଏକ ନୂଆ ରୂପରେ ଜାତୀୟ ସ୍ତରରେ ସ୍ଥାନ ପାଇବାକୁ ଯାଉଛି । ଭୁବନେଶ୍ୱର ବିମାନବନ୍ଦରଠାରୁ କଟକ ତ୍ରିଶୂଳିଆ ପର୍ଯ୍ୟନ୍ତ ଚାଲିବ ମେଟ୍ରୋ ଟ୍ରେନ । ଏହି ପ୍ରକଳ୍ପ ପାଇଁ ଆସନ୍ତା ଜାନୁଆରୀ ମାସ ୧ ତାରିଖରେ ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତ୍ରିଶୂଳିଆ ଲେଙ୍କାସାହି ମୌଜା ଅନ୍ତର୍ଗତ ନୂଆସାହିଠାରେ ଏହି ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।

ଏହିଠାରେ ତିଆରି ହେବ ମେଟ୍ରୋ ଟ୍ରେନର ସର୍ଭିସ ଡିପୋ । ଟ୍ରେନର ମରାମତି, ରକ୍ଷଣାବେକ୍ଷଣ କାର୍ଯ୍ୟ ଏହି ଡିପୋରେ କରାଯିବ । ସର୍ଭିସ ଡିପୋ ଠାରୁ ତ୍ରିଶୂଳିଆ ମେଟ୍ରୋ ରେଳ ଷ୍ଟେସନର ଦୂରତା ରହିବ ମାତ୍ର ତିନି କିଲୋମିଟର । ଦିଲ୍ଲୀ ମେଟ୍ରୋ ରେଳ ନିଗମ ପ୍ରସ୍ତୁତ କରିଥିବା ଡିପିଆର ଅନୁସାରେ ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ମେଟ୍ରୋ ଟ୍ରେନ ମୋଟ ୨୬କିମି ପର୍ଯ୍ୟନ୍ତ ଚାଲିବ ଏବଂ ଏଥିରେ ୨୦ଟି ଷ୍ଟେସନ ରହିବ । ପ୍ରଥମ ପର୍ଯ୍ୟାୟରେ ମେଟ୍ରୋ ଲାଇନ୍ ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ଆରମ୍ଭ ହାେଇ ତ୍ରିଶୂଳିଆ ଯାଏ ନିର୍ମାଣ ହେବ ।

ମେଟ୍ରୋ ଟ୍ରେନ ବିଜୁ ପଟ୍ଟନାୟକ ବିମାନ ବନ୍ଦର ନିକଟରୁ ବାହାରି କ୍ୟାପିଟାଲ ହସ୍ପିଟାଲ, ଶିଶୁ ଭବନ ଛକ, ବାପୁଜୀ ନଗର, ଭୁବନେଶ୍ୱର ରେଳଷ୍ଟେସନ, ରାମମନ୍ଦିର ଛକ, ବାଣୀବିହାର, ଆଚାର୍ଯ୍ୟ ବିହାର ଛକ, ଜୟଦେବ ବିହାର ଛକ, ଜାଭିୟର ଛକ, ରେଳ ସଦନ, ଡିଷ୍ଟ୍ରିକ୍ଟ ସେଣ୍ଟର, ଡମଣା ଛକ, ପଟିଆ ଛକ, କିଟ ଛକ, ନନ୍ଦନ ବିହାର, ରଘୁନାଥପୁର, ନନ୍ଦନକାନନ ପ୍ରାଣୀ ଉଦ୍ୟାନ, ଫୁଲପୋଖରୀ ଓ କଟକର ତ୍ରିଶୁଳିଆ ଛକ ପର୍ଯ୍ୟନ୍ତ ଚଳାଚଳ କରିବାର ଯୋଜନା ରହିଛି । ଏହି ପ୍ରକଳ୍ପକୁ ନେଇ ଖୁବ ଖୁସି ପ୍ରକଟ କରିଛନ୍ତି ସ୍ଥାନୀୟ ବାସିନ୍ଦା ।

KNews Bureau

Recent Posts

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

2 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

2 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

20 mins ago

ଲୋକସଭାରେ ରାହୁଲ ଗାନ୍ଧି ହେବେ ବିରୋଧୀ ନେତା, INDIA ବ୍ଲକ ବୈଠକରେ ନିଷ୍ପତ୍ତି

ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍‌ ଏହା ଉପରେ ମୋହର ମାରିଛି । କଂଗ୍ରେସର…

20 mins ago

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍‌ ବିର୍ଲା, ବାଚ୍‌ନିକ ଭୋଟରେ ହେଲେ ବିଜୟୀ

ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍‌ ବିର୍ଲା । ବାଚ୍‌ନିକ ଭୋଟରେ ନିର୍ବାଚିତ ହେଲେ ଓମ୍‌ ବିର୍ଲା…

24 mins ago

ଆମେରିକା : ଲାସ୍‌ ଭେଗାସ ଆପାର୍ଟମେଣ୍ଟରେ ଗୁଳିମାଡ଼, ୫ ମୃତ

ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…

47 mins ago