ରାଜ୍ୟ

ବାଦାମବାଡ଼ିରେ ହେବ ଅତ୍ୟାଧୁନିକ ଲାଇବ୍ରେରୀ, ଖର୍ଚ୍ଚ ହେବ ୩୦ କୋଟି ୫୮ଲକ୍ଷ ୩୧ ହଜାର ୧୦୦ ଟଙ୍କା

କଟକ(କେନ୍ୟୁଜ୍): ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ, ସମାଜବାଦୀ ନେତା ସ୍ୱର୍ଗତ ବିଶ୍ୱନାଥ ପଣ୍ଡିତଙ୍କ ସ୍ମୃତିରେ କଟକର ପୁରୀ -ଅନୁଗୁଳ ବସଷ୍ଟାଣ୍ଡ ବାଦାମବାଡିଠାରେ ଏକ ଅତ୍ୟାଧୁନିକ ଲାଇବ୍ରେରୀ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ୩୦ କୋଟି ୫୮ଲକ୍ଷ ୩୧ ହଜାର ୧୦୦ ଟଙ୍କା ଖର୍ଚ୍ଚ ପ୍ରସ୍ତାବକୁ ମଧ୍ୟ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ଦେଇଛନ୍ତି। 5T ସଚିବ  ଭି କେ ପାଣ୍ଡିଆନଙ୍କ କଟକ ଗସ୍ତ ସମୟରେ କଟକରେ ସ୍ଵର୍ଗତ ବିଶ୍ଵନାଥ ପଣ୍ଡିତ ଙ୍କ ସ୍ମୃତି ରେ ଏକ ଅତ୍ୟାଧୁନିକ ଲାଇବ୍ରେରୀ ପ୍ରତିଷ୍ଠା ପାଇଁ କଟକ ବାସୀଙ୍କ ମତାମତ କୁ ଗ୍ରହଣ କରି ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଏହି ଲାଇବ୍ରେରୀ ରେ ଏକ ବଡ  ରିଡିଂ ହଲ୍ ମଧ୍ଯ ରହିବ।  ବିଭିନ୍ନ ପ୍ରତିଯୋଗୀତା ମୂଳକ ପରୀକ୍ଷା ପାଇଁ ଛାତ୍ରଛାତ୍ରୀ ମାନେ ମଧ୍ଯ ସେଠାରେ ପ୍ରସ୍ତୁତି କରି ପାରିବେ।

ସୂଚନାଯୋଗ୍ୟ ଯେ ସ୍ୱର୍ଗତ ବିଶ୍ୱନାଥ ପଣ୍ଡିତ କଟକର ଡଗରପଡାଠାରେ ଜନ୍ମ ଗ୍ରହଣ କରିଥିଲେ। ସାଧୀନତା ସଂଗ୍ରାମରେ ଯୋଗ ଦେଇ ସେ କାରାବରଣ କରିଥିଲେ। ପରେ ସମାଜବାଦୀ ଆନ୍ଦୋଳନରେ ଯୋଗ ଦେଇ ଦଳିତ, ଶ୍ରମିକ ଓ ମଜ୍‌ଦୁରମାନଙ୍କ ସ୍ୱାର୍ଥ୍ୟର ସୁରକ୍ଷା ପାଇଁ ଜୀବନବ୍ୟାପି ସଂଗ୍ରାମ କରିଥିଲେ। ତାଙ୍କ ନାମରେ ଲାଇବ୍ରେରୀ ପ୍ରତିଷ୍ଠା ଦ୍ୱାରା ସ୍ୱର୍ଗତ ପଣ୍ଡିତଙ୍କର ସ୍ମୃତିକୁ ଉପଯୁକ୍ତ ସମ୍ମାନ ମିଳିବା ସହିତ ତାଙ୍କ ଅବଦାନ ସମ୍ପର୍କରେ ଜନସାଧାରଣ, ବିଶେଷକରି ଯୁବସମାଜ ଅବଗତ ହେବା ସହିତ ଅନୁପ୍ରାଣିତ ହେବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

Sasmita

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago