ରାଜ୍ୟ

ମୋହନା: ଓଲଟିଲା ବରଯାତ୍ରୀଙ୍କୁ ନେଇ ଯାଉଥିବା ମିନି ଟ୍ରକ, ଘଟଣାସ୍ଥଳରେ ୨ ମୃତ

ମୋହନା(କେ ନ୍ୟୁଜ): ବାହାଘର ପାଇଁ ହସଖୁସିରେ ଯାଉଥିଲେ, କିନ୍ତୁ ଯିଏ ଜାଣିଥିଲା ରାସ୍ତାରେ ଜଗିଛି ମୃତ୍ୟୁ। ଗଜପତି ଜିଲ୍ଲା ଆର. ଉଦୟଗିରି ଥାନା କଙ୍କଡାଗୁଡା ଘାଟିରେ ଏକ ମିନିଟ୍ରକ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ପ୍ରାଥମିକ ସୂଚନା ଅନୁସାରେ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୩୦ ରୁ ଊର୍ଦ୍ଧ୍ଵ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କୁ ଆର. ଉଦୟଗିରି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ମୃତକମାନେ ହେଲେ ଜାମଢ଼ିଅ ଗ୍ରାମର ଜୟନ୍ତ ଦଳବେହେରା (୨୦)ଏବଂ ଗାୟତ୍ରୀ ରଇତ (୧୮)। ଆହତ ମାନଙ୍କ ମଧ୍ୟରୁ ୧୪ ଜଣଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ରହିଛି। ସେମାନଙ୍କୁ ବ୍ରହ୍ମପୁର ଏମକେସିଜି ମେଡିକାଲ ସ୍ଥାନାନ୍ତର କରାଯାଇଛି l ଏକ ବିବାହ ଭୋଜିରେ ଯୋଗ ଦେବା ପାଇଁ ଜାମଢ଼ିଅ ଗ୍ରାମରୁ ତୁମୁନ ଗ୍ରାମକୁ ଲୋକେ ଯିବାବେଳେ ଏହି ଦୁର୍ଘଟଣା ଘଟିଛି। ଆର. ଉଦୟଗିରି ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି l

WCW 11

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

31 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

38 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

54 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

59 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

1 hour ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

2 hours ago