ଅଗଷ୍ଟ ମାସର ପ୍ରଥମ ୨୪ ଦିନରେ ୪୪୪.୫ ମିମି ବର୍ଷା ରେକର୍ଡ

ଭୁବନେଶ୍ୱର(କେନ୍ୟୁଜ୍): ୨୪ ଦିନରେ ୪୪୪.୫ ମିଲିମିଟର ବର୍ଷା। ଅଗଷ୍ଟ ମାସର ପ୍ରଥମ ୨୪ ଦିନରେ ୪୪୪.୫ ମିମି ବର୍ଷା ରେକର୍ଡ କରାଯାଇଛି। ଏପର୍ଯ୍ୟନ୍ତ ରାଜ୍ୟରେ ସ୍ୱାଭାବିକ ଠାରୁ ୧୪ ପ୍ରତିଶତ ଅଧିକ ବର୍ଷା ହୋଇଛି। କନ୍ଧମାଳରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଛି। ୭ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ଓ ବାକି ୨୨ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ କରାଯାଇଛି।

ଏପଟେ ରାଜ୍ୟରେ ଆଜିଠୁ କମିବ ଘୂର୍ଣ୍ଣିବଳୟ ପ୍ରଭାବ। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। କେନ୍ଦୁଝର ଏବଂ ଝାରସୁଗୁଡ଼ାରେ ପ୍ରବଳ ବର୍ଷା ପାଇଁ ଚେତାବନୀ ଦିଆଯାଇଛି। ଏହି ଦୁଇ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.